Posted inଜାତୀୟ

ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର

ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚିତ ସରକାରଙ୍କ ଦାୟିତ୍ୱ ନୁହେଁ। କିନ୍ତୁ ରାଜ୍ୟ ମାନ୍ୟତା ଫେରିପାଇବା ପାଇଁ ଆମେ ଏହାକୁ ସୁଯୋଗ ଭାବେ ବ୍ୟବହାର କରିବୁ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଜ୍ୟ ମାନ୍ୟତା ପାଇଁ ମୁଁ କିପରି ଦାବି କରିବି? ମୁଁ ଶସ୍ତା ରାଜନୀତିରେ ବିଶ୍ୱାସ କରେନାହିଁ ବୋଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଓମାର କହିଛନ୍ତି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଉପରେ ବିଧାନସଭାରେ ଅଣାଯାଇଥିବା ସଂକଳ୍ପନାମା ଆଲୋଚନା ଶେଷରେ ଓମାର ଏହା କହିଥିଲେ। ଆକ୍ରମଣରେ ୨୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରସ୍ତାବରେ ଉଦ୍‌ବେଗ ପ୍ରକାଶ କରାଯିବା ସହ ଶାନ୍ତି ଓ ସାମ୍ପ୍ରଦାୟିକ ସଦ୍‌ଭାବରେ ବ୍ୟାଘାତ ସୃଷ୍ଟି କରୁଥିବା ଅପରାଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ସଂକଳ୍ପ ନିଆଯାଇଛି।
ଓମାର କହିଥିଲେ, ଜମ୍ମୁ-କଶ୍ମୀରରୁ ଆତଙ୍କବାଦର ବିଲୋପ ନିମନ୍ତେ ଗୃହର କେତେଜଣ ସଦସ୍ୟ ରାଜ୍ୟମାନ୍ୟତା ଫେରିପାଇବା ଦାବି କରୁଛନ୍ତି। ଆମେ ଅତୀତରେ କେନ୍ଦ୍ର ସରକାରଙ୍କ ସହ ଏନେଇ କଥା ହୋଇଛୁ ଏବଂ ଭବିଷ୍ୟତରେ ମଧ୍ୟ ଆଲୋଚନା ଜାରି ରହିବ, କିନ୍ତୁ ବର୍ତ୍ତମାନ ନୁହେଁ। ଆତଙ୍କବାଦୀ ଆକ୍ରମଣକୁ ନେଇ କେତେକ ସୋସିଆଲ ମିଡିଆ ପରିଚାଳକ ମିଥ୍ୟା ଖବର ପ୍ରକାଶ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri