ପ୍ରତିଶ୍ରୁତି ପୁରଣ ନ ହେବାରୁ ଭୋଟ ଦେବୁନାହିଁ

ବାରିପଦା ଅଫିସ,୨।୨: ମୌଳିକ ସୁବିଧାରୁ ବଞ୍ଚିତ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ପଞ୍ଚାୟତ କମଳାଶୋଳ ଗ୍ରାମବାସୀ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ଶତାଧିକ ମହିଳା ପୁରୁଷ ବାରିପଦା ସଦର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଓ ବଡ଼ସାହି ବିଡିଓଙ୍କୁ ମଧ୍ୟ ଅବଗତ କରି ବିହୀତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଛନ୍ତି।

ଗ୍ରାମରେ ଥିବା ୮, ୯ ଏବଂ ୧୦ ନମ୍ବର ୱାର୍ଡରେ ୭ଶହରୁ ଊର୍ଦ୍ଧ୍ୱ ଭୋଟର ରହିଛନ୍ତି। ହେଲେ ଏହି ୱାର୍ଡ ଗୁଡ଼ିକରେ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ଗମନାଗମନ, ବିଦ୍ୟୁତ୍‌ ଆଦି ସମସ୍ୟା ଦୀର୍ଘ ବର୍ଷ ଧରି ରହିଆସିଛି। ନିର୍ବାଚନ ଆସିଲେ ମାଳ ମାଳ ନେତାଙ୍କ ପ୍ରତିଶ୍ରୁତି ବ୍ୟତୀତ ଅନ୍ୟ କୌଣସି ମିଳି ନ ଥାଏ ବୋଲି ଗ୍ରାମର ରବୀନ୍ଦ୍ର ସିଂ, ସୁରେନ୍ଦ୍ର ସିଂ ପ୍ରକାଶ କରିଛନ୍ତି। ଉକ୍ତ ୱାର୍ଡର ବହୁ ହିତାଧିକାରୀ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇ ଚାଳଛପର ଘରେ ଦିନ ବିତାଉଛନ୍ତି। ୨୨ନମ୍ବର ଜିଲାପରିଷଦ ଜୋନ ଅଧୀନରେ ଏହି ୩ଟି ୱାର୍ଡ ରହିଥିବା ବେଳେ ବିଭିନ୍ନ ପଦବୀରେ ନିର୍ବାଚିତ ଜନପ୍ରତିନିଧି ପରବର୍ତ୍ତୀ ସମୟରେ ନିଜ ସ୍ବାର୍ଥପ୍ରତି ଧ୍ୟାନ ଦେଉଥିବା ଗ୍ରାମବାସୀ ଶୁକଦେବ ସିଂ, ରାମ ସିଂ, ଦେବ ସିଂ ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଥିବା ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri