ରାସ୍ତା କାମ ନ ହେଲେ ଭୋଟ ଦେବୁନି

ବୈଶିଙ୍ଗା,୨୭ା୧(ଡି.ଏନ.ଏ.)- ରାସ୍ତା କାମ କର ନ ହେଲେ ଭୋଟ ଦେବୁନି। ଏଭଳି ସଫା ସଫା କହୁଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ପଞ୍ଚାୟତର ଭାନୁପୁର ଗ୍ରାମ ୮ନଂ. ୱାର୍ଡର ଜନସାଧାରଣ।

ଦୀର୍ଘ ଦିନ ହେଲା ରାସ୍ତା ସମସ୍ୟା ନେଇ ହଇରାଣ ହେଉଛନ୍ତି। ୧୮ନଂ. ଜାତୀୟ ରାଜପଥରୁ ଏହି ଗ୍ରାମକୁ ଯାଇଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଜରୁରୀ ବେଳେ ଆମ୍ବୁଲାନ୍ସ କିମ୍ବା ଅନ୍ୟାନ୍ୟ ଗାଡ଼ି ମୋଟର ଗ୍ରାମକୁ ଯାଇ ପାରୁନାହିଁ। ଏ ସଂକ୍ରାନ୍ତରେ ପଲ୍ଲୀସଭା ବୈଠକରେ ବହୁଥର ଦାବି ଉପସ୍ଥାପନ କରାଯାଇଥିବା ସତ୍ତ୍ୱେ ସରପଞ୍ଚ କିମ୍ବା ବିଡ଼ିଓ ପଦକ୍ଷେପ ନେଇ ନାହାନ୍ତି।

ତେବେ ବର୍ଷେ ତଳେ ୫ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇ ମାଟି ଓ ମୋରମ ବିଛା ଯାଇଥିଲା। ମାତ୍ର ନିମ୍ନମାନର କାର୍ଯ୍ୟ ଯୋଗୁ ବର୍ଷେ ଭିତରେ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଯାଇଛି। ତେଣୁ କଂକ୍ରିଟ ରାସ୍ତା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ତୁରନ୍ତ ରାସ୍ତା ନିର୍ମାଣ ନ ହେଲେ ଭୋଟ ବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସରପଞ୍ଚ ମଧୁ ସିଂଙ୍କ ମତାମତ ନେବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ସେ ଫୋନ କଲ ଗ୍ରହଣ କରି ନ ଥିଲେ। ବିଡିଓ ସଂଗ୍ରାମ କେଶରୀ ପରିଡ଼ାଙ୍କୁ ପଚାରିବାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଥିବା ଯୋଗୁ ଏବେ କିଛି କରାଯାଇ ପାରିବ ନାହିଁ। ନିର୍ବାଚନ ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri