‘ଆମେ ପ୍ରଧାନମନ୍ତ୍ରୀ ମୋଦିଙ୍କ କଥା ମାନିବୁ’

ଓ୍ବାଶିଂଟନ,୧୭ା୧୨: ସମସ୍ତ ପ୍ରକାର ହିଂସାକୁ ବନ୍ଦ କରିବା ଏବଂ କୂଟନୈତିକ ମାର୍ଗ ଅନୁସରଣ କରିବା ପାଇଁ ୟୁକ୍ରେନ ବିବାଦ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକୁ ଆମେରିକା ପୁଣି ଥରେ ସ୍ବାଗତ କରିଛି। ବୈଦେଶିକ ବିଭାଗର ମୁଖ୍ୟ ଉପପ୍ରବକ୍ତା ବେଦାନ୍ତ କହିଛନ୍ତି, ‘ଆମେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ସ୍ବାଗତ କରୁଛୁ। ରୁଷିଆ ସହ ଜଡ଼ିତ ହେବା ପାଇଁ ଅନ୍ୟ ଦେଶମାନେ ନିଜେ ନିଷ୍ପତ୍ତି ନେବେ। ଯୁଦ୍ଧର ପ୍ରଭାବକୁ ହ୍ରାସ କରିବା ପାଇଁ ଆମେ ସହଯୋଗୀମାନଙ୍କ ସହ ସମନ୍ବୟ ରକ୍ଷା କରିବା ଜାରି ରଖିବୁ।’ ରୁଷିଆ-ୟୁକ୍ରେନ ବିବାଦକୁ ନେଇ ଭାରତର ଆଭିମୁଖ୍ୟ ଏବଂ ଯୁଦ୍ଧ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ଉପରେ ଏକ ପ୍ରଶ୍ନର ଉତ୍ତରରେ ସେ ଏହି ମନ୍ତବ୍ୟ ଦେଇଛନ୍ତି।

ଏସ୍‌ସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ କହିଛନ୍ତି, ଆଜି ଯୁଦ୍ଧର ଯୁଗ ନୁହେଁ। ଖାଦ୍ୟ, ଇନ୍ଧନ ସୁରକ୍ଷା ଏବଂ ସାର ସମସ୍ୟାର ସମାଧାନ ପାଇଁ ଉପାୟ ଖୋଜିବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବାରେ ଭାରତର ଭୂମିକା ବିଷୟରେ ପଚରାଯିବାରୁ ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର କହିଛନ୍ତି, ଶାନ୍ତିରେ ଜଡ଼ିତ ହେବାକୁ ତଥା ଏହି ଯୁଦ୍ଧକୁ ସମାପ୍ତ କରିବାକୁ ଆଗ୍ରହୀ ଥିବା ଦେଶ ୟୁକ୍ରେନ ସହଭାଗୀମାନଙ୍କ ସହ ନିବିଡ଼ ସହଭାଗିତାରେ ଏହା କରିବା ଉଚିତ। ପୁଟିନଙ୍କ ସହ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଟେଲିଫୋନ୍‌ ବାର୍ତ୍ତାଳାପର କିଛି ସମୟ ପରେ ବିଭାଗ ପକ୍ଷରୁ ଏହି ମନ୍ତବ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri