ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା ମଧ୍ୟରେ ପୁରୀ ଶ୍ରୀମନ୍ଦିର ୪ଦ୍ୱାର ଖୋଲିବ। ଏପରି କି ୧ମାସ ମଧ୍ୟରେ ରତ୍ନଭଣ୍ଡାର ଯାଞ୍ଚ ରିପୋର୍ଟ ସାର୍ବଜନୀନ ହେବ। ଏଥିସହିତ ଚିଟ୍‌ଫଣ୍ଡ ଲୁଟେରା ଜେଲ ଯିବେ। ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ରାଜ୍ୟ ସରକାର ସହଯୋଗ କରୁ ନାହାନ୍ତି। ୧୮ମାସ ମଧ୍ୟରେ ଜମାକାରୀଙ୍କୁ ସେମାନଙ୍କ ଟଙ୍କା ଫେରସ୍ତ କରାଯିବ। ଏଠାରେ ଗତ ୨୪ବର୍ଷ ଧରି ବିଜେଡିର ସ୍ଥିର ସରକାର ଥାଇ ମଧ୍ୟ ଅନ୍ୟ ରାଜ୍ୟ ତୁଳନାରେ ବିକାଶ ହୋଇପାରି ନାହିଁ। ତେଣୁ ଏଥର ଓଡ଼ିଶାରେ ଭାଜପା ସରକାର ହେବ ବୋଲି ଶାହା ଦୃଢ଼ୋକ୍ତି ପ୍ରକାଶ କରିବା ସହ ଭାଜପା ଲୋକ ସଭା ଏବଂ ସମସ୍ତ ବିଧାନସଭା ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ ଲୋକମାନଙ୍କୁ ନିବେଦନ କରିଥିଲେ। ଅପରାହ୍ନ ସାଢ଼େ ୫ଟାରେ ଶାହାଙ୍କ ରୋଡ ଶୋ’ ଗୋପବନ୍ଧୁ ଛକନିକଟରୁ ବାହାରି ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର, ଗୌରୀ ଶଙ୍କର ପାର୍କ, ନୟାସଡ଼କ ପର୍ଯ୍ୟନ୍ତ ଯାଇଥିଲା। ଏହି ସମୟରେ ଶାହାଙ୍କ ସହିତ କଟକ ଲୋକ ସଭା ଭାଜପା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଏବଂ କଟକ ବାରବାଟୀ ବିଧାନସଭା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଚୌଦ୍ୱାର-କଟକ ପ୍ରାର୍ଥୀ ନୟନ କିଶୋର ମହାନ୍ତି, କଟକ-ସଦର ପ୍ରାର୍ଥୀ ପ୍ରକାଶ ସେଠୀ, ନଗର ସଭାପତି ଲଲାଟେନ୍ଦୁ ବଡୁଙ୍କ ସମେତ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ରୋଡ ଶୋ’ ସମୟରେ ରାସ୍ତାର ଉଭୟ ପାଶର୍‌ବରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ଜୟ ଶ୍ରୀରାମ ନାରାରେ ପ୍ରକମ୍ପିତ ହୋଇ ଉଠିଥିଲା। ଶାହାଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୨୧ ପ୍ଲାଟୁନ ପୋଲିସ ନିୟୋଜିତ କରାଯାଇଥିବାବେଳେ ୧୫୦ ଜଣ ଅଫିସରଙ୍କୁ ନିୟୋଜିତ କରାଯାଇଥିଲା। ଶାହା ଭୁବନେଶରରୁ ସଡ଼କ ପଥରେ କଟକ ଆସି ଏହି ରୋଡ ଶୋ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri