Posted inଜାତୀୟ

ଆମ ଭାଇମାନଙ୍କୁ ଆମେ ଦେବୁ ସୁରକ୍ଷା: ଷ୍ଟାଲିନ…

ଚେନ୍ନାଇ,୪।୩ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶନିବାର ବିହାରବାସୀଙ୍କ ଉପରେ ହୋଇଥିବା ଆକ୍ରମଣ ନେଇ କହିଛନ୍ତି ଯେ ପ୍ରବାସୀ ଶ୍ରମିକମାନେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଯଦି କେହି ଆପଣଙ୍କୁ ଧମକ ଦେଉଛନ୍ତି ତେବେ ହେଲ୍ପଲାଇନ ନମ୍ବରରେ ଫୋନ କରନ୍ତୁ। ତାମିଲନାଡୁ ସରକାର ଏବଂ ଲୋକମାନେ ଆମର ପ୍ରବାସୀ ଭାଇମାନଙ୍କୁ ସୁରକ୍ଷା ଦେବା ପାଇଁ ସେମାନଙ୍କ ସହିତ କାନ୍ଧକୁ କାନ୍ଧ ମିଶାଇ ଠିଆ ହୋଇଛନ୍ତି। ତାମିଲନାଡୁ ଏବଂ ବିହାରର ଅଧିକାରୀମାନେ ମଧ୍ୟ ଦକ୍ଷିଣ ରାଜ୍ୟକୁ ବିହାରରୁ ଆସିଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ ଚେତାବନୀ ଦେଇଛନ୍ତି।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ବିହାର ଅଧିକାରୀମାନେ କହିଛନ୍ତି ଯେ ସେମାନେ ସ୍ଥାନୀୟ ଅଧିକାରୀଙ୍କ ସହ ପ୍ରବାସୀ ଶ୍ରମିକଙ୍କୁ ଭେଟିବେ। ଅନ୍ୟପକ୍ଷରେ ତାମିଲନାଡୁର ଜିଲା ମାଜିଷ୍ଟ୍ରେଟମାନେ ପ୍ରବାସୀ ଶ୍ରମିକମାନଙ୍କୁ ଭୟ ନ କରିବାକୁ ହିନ୍ଦୀରେ ଅପିଲ କରିଛନ୍ତି। ବିହାରର ପ୍ରବାସୀ ଶ୍ରମିକଙ୍କ ଉପରେ ହୋଇଥିବା ଗୁଜବ ଯାଞ୍ଚ କରିବା ପାଇଁ ଉଭୟ ରାଜ୍ୟର ପୋଲିସ ମଧ୍ୟ ସୋସିଆଲ ମିଡିଆ ଉପରେ ତୀକ୍ଷଣ ନଜର ରଖିଛି।

ବିହାରର ଶ୍ରମିକମାନଙ୍କ ଉପରେ ହୋଇଥିବା ଆକ୍ରମଣ ଖବର ଉପରେ ବିହାର ବିଧାନସଭାରେ ଉତ୍ତେଜନା ଦେଖାଦେଇଥିଲା। ବିହାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଗୃହ ମନ୍ତ୍ରଣାଳୟକୁ ଏହି ଘଟଣାର ତଦନ୍ତ କରିବାକୁ କହିଛନ୍ତି। ଯାଦବ କହିଛନ୍ତି ଯେ ତାମିଲନାଡୁ ପୋଲିସ ସ୍ପଷ୍ଟ କରିଛି ଯେ ପିଟିବା ଭିଡିଓ ଭିତ୍ତିହୀନ।
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗତକାଲି ତାମିଲନାଡୁକୁ ଏକ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭା ପରିସରରେ ବିରୋଧୀଦଳର ନେତା ବିଜୟ କୁମାର ସିହ୍ନା ଗଣମାଧ୍ୟମ ସହ ସହ କଥାବାର୍ତ୍ତା କରି କହିଛନ୍ତି, ମୋର ଲଖିସରାଇ ନିର୍ବାଚନମଣ୍ଡଳୀରୁ ଜଣେ ପ୍ରବାସୀଙ୍କଠାରୁ ମୋତେ କଷ୍ଟଦାୟକ କଲ ଆସିଛି। ଏହା ପରେ ତାମିଲନାଡୁକୁ ଏକ ପ୍ରତିନିଧି ଦଳ ପଠାଇବା ଦାବିକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri