Posted inଜାତୀୟ

ଆମ ଭାଇମାନଙ୍କୁ ଆମେ ଦେବୁ ସୁରକ୍ଷା: ଷ୍ଟାଲିନ…

ଚେନ୍ନାଇ,୪।୩ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶନିବାର ବିହାରବାସୀଙ୍କ ଉପରେ ହୋଇଥିବା ଆକ୍ରମଣ ନେଇ କହିଛନ୍ତି ଯେ ପ୍ରବାସୀ ଶ୍ରମିକମାନେ ଭୟଭୀତ ହେବାର ଆବଶ୍ୟକତା ନାହିଁ। ଯଦି କେହି ଆପଣଙ୍କୁ ଧମକ ଦେଉଛନ୍ତି ତେବେ ହେଲ୍ପଲାଇନ ନମ୍ବରରେ ଫୋନ କରନ୍ତୁ। ତାମିଲନାଡୁ ସରକାର ଏବଂ ଲୋକମାନେ ଆମର ପ୍ରବାସୀ ଭାଇମାନଙ୍କୁ ସୁରକ୍ଷା ଦେବା ପାଇଁ ସେମାନଙ୍କ ସହିତ କାନ୍ଧକୁ କାନ୍ଧ ମିଶାଇ ଠିଆ ହୋଇଛନ୍ତି। ତାମିଲନାଡୁ ଏବଂ ବିହାରର ଅଧିକାରୀମାନେ ମଧ୍ୟ ଦକ୍ଷିଣ ରାଜ୍ୟକୁ ବିହାରରୁ ଆସିଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ ଚେତାବନୀ ଦେଇଛନ୍ତି।

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ବିହାର ଅଧିକାରୀମାନେ କହିଛନ୍ତି ଯେ ସେମାନେ ସ୍ଥାନୀୟ ଅଧିକାରୀଙ୍କ ସହ ପ୍ରବାସୀ ଶ୍ରମିକଙ୍କୁ ଭେଟିବେ। ଅନ୍ୟପକ୍ଷରେ ତାମିଲନାଡୁର ଜିଲା ମାଜିଷ୍ଟ୍ରେଟମାନେ ପ୍ରବାସୀ ଶ୍ରମିକମାନଙ୍କୁ ଭୟ ନ କରିବାକୁ ହିନ୍ଦୀରେ ଅପିଲ କରିଛନ୍ତି। ବିହାରର ପ୍ରବାସୀ ଶ୍ରମିକଙ୍କ ଉପରେ ହୋଇଥିବା ଗୁଜବ ଯାଞ୍ଚ କରିବା ପାଇଁ ଉଭୟ ରାଜ୍ୟର ପୋଲିସ ମଧ୍ୟ ସୋସିଆଲ ମିଡିଆ ଉପରେ ତୀକ୍ଷଣ ନଜର ରଖିଛି।

ବିହାରର ଶ୍ରମିକମାନଙ୍କ ଉପରେ ହୋଇଥିବା ଆକ୍ରମଣ ଖବର ଉପରେ ବିହାର ବିଧାନସଭାରେ ଉତ୍ତେଜନା ଦେଖାଦେଇଥିଲା। ବିହାର ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଗୃହ ମନ୍ତ୍ରଣାଳୟକୁ ଏହି ଘଟଣାର ତଦନ୍ତ କରିବାକୁ କହିଛନ୍ତି। ଯାଦବ କହିଛନ୍ତି ଯେ ତାମିଲନାଡୁ ପୋଲିସ ସ୍ପଷ୍ଟ କରିଛି ଯେ ପିଟିବା ଭିଡିଓ ଭିତ୍ତିହୀନ।
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗତକାଲି ତାମିଲନାଡୁକୁ ଏକ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭା ପରିସରରେ ବିରୋଧୀଦଳର ନେତା ବିଜୟ କୁମାର ସିହ୍ନା ଗଣମାଧ୍ୟମ ସହ ସହ କଥାବାର୍ତ୍ତା କରି କହିଛନ୍ତି, ମୋର ଲଖିସରାଇ ନିର୍ବାଚନମଣ୍ଡଳୀରୁ ଜଣେ ପ୍ରବାସୀଙ୍କଠାରୁ ମୋତେ କଷ୍ଟଦାୟକ କଲ ଆସିଛି। ଏହା ପରେ ତାମିଲନାଡୁକୁ ଏକ ପ୍ରତିନିଧି ଦଳ ପଠାଇବା ଦାବିକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ରାଜି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?