Posted inଜାତୀୟ

ମଣିପୁରରେ ଭାରତର ବିଚାରଧାରା ପୁନଃ ପ୍ରତିଷ୍ଠା କରିବୁ: ରାହୁଲ

ନୂଆଦିଲ୍ଲୀ,୨୬ା୭: ବିରୋଧୀ ମେଣ୍ଟର ନୂଆ ନାଁ ‘ଇଣ୍ଡିଆ’କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଜୋର୍‌ଦାର ବର୍ଷିଛନ୍ତି। ଉକ୍ତ ନାଁକୁ ପରିହାସ କରି ‘ଇଷ୍ଟ ଇଣ୍ଡିଆ କମ୍ପାନୀ’ ଏବଂ ଆତଙ୍କବାଦୀ ସଂଗଠନ ‘ଇଣ୍ଡିଆନ ମୁଜାହିଦ୍ଦିନ’ ଓ ‘ପିପୁଲ୍ସ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ’ରେ ମଧ୍ୟ ଇଣ୍ଡିଆ ଶବ୍ଦ ରହିଥିବା କହିଥିଲେ। ଏଭଳି ଦିଶାହୀନ ବିରୋଧୀଙ୍କୁ ସେ କେବେ ଦେଖି ନ ଥିବା ପ୍ରଧାନମନ୍ତ୍ରୀ ଭାଜପା ସଂସଦୀୟ ଦଳର ସାପ୍ତାହିକ ବୈଠକରେ କହିଥିଲେ। ସୂଚନାଯୋଗ୍ୟ, ୨୦୨୪ ଲୋକ ସଭା ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା ଲାଗି ଗତ ସପ୍ତାହରେ ବେଙ୍ଗାଲୁରୁରେ ୨୬ ବିରୋଧୀ ଦଳ ଏକାଠି ହୋଇଥିବାବେଳେ ସେମାନଙ୍କ ମେଣ୍ଟର ନାମ ଇଣ୍ଡିଆ (ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲିଆନ୍ସ) ରଖିଥିଲେ। ଇଣ୍ଡିଆ ନାଁ ବ୍ୟବହାର କରିବାରେ କିଛି ମିଳିବ ନାହିଁ। ଦେଶର ନାଁ ବ୍ୟବହାର ଦ୍ୱାରା ଜନସାଧାରଣ ବିଭ୍ରାନ୍ତ ହେବେ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଥିବା ଭାଜପା ନେତା ରବିଶଙ୍କର ପ୍ରସାଦ ସୂଚନା ଦେଇଛନ୍ତି। ବିରୋଧୀ ପରାଜିତ, କ୍ଳାନ୍ତ ଏବଂ ନିରାଶ। ସେଥିପାଇଁ ମୋଦିଙ୍କୁ ବିରୋଧ କରିବା ସେମାନଙ୍କର ଏକମାତ୍ର ଏଜେଣ୍ଡା। ଏଥିରୁ ସେମାନେ ବିରୋଧୀ ହୋଇ ରହିବା ଲାଗି ମନସ୍ଥିର କରିଥିବା ସେମାନଙ୍କ ଆଚରଣରୁ ଜଣାପଡ଼ୁଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବିରୋଧୀ ମେଣ୍ଟକୁ ଆପଣ ଯାହା କୁହନ୍ତୁ, କିନ୍ତୁ ଆମେ ‘ଇଣ୍ଡିଆ’। ମଣିପୁର ସମସ୍ୟା ସମାଧାନ କରିବାରେ ଓ ପ୍ରତ୍ୟେକ ମହିଳା ଓ ଶିଶୁଙ୍କ ଆଖିରୁ ଲୁହ ପୋଛିବାରେ ଆମେ ସହାୟତା କରିବୁ ବୋଲି ରାହୁଲ କହିଛନ୍ତି। ମଣିପୁରରେ ଭଲ ପାଇବା ଓ ଶାନ୍ତି ଫେରାଇ ଆମେ ଇଣ୍ଡିଆ ବିଚାରଧାରା ପୁନଃପ୍ରତିଷ୍ଠା କରିବୁ ବୋଲି ରାହୁଲ ଟୁଇଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri