Posted inଜାତୀୟ

ଅଯୋଧ୍ୟାରୁ ନୂଆ ଶକ୍ତି ନେଇ ମହାରାଷ୍ଟ୍ର ଫେରିବୁ: ଶିନ୍ଦେ

ଅଯୋଧ୍ୟା,୧୦ା୪: ଶିବସେନା ଏବଂ ଭାଜପାର ଚିନ୍ତାଧାରା ସମାନ। ଆସନ୍ତା ବର୍ଷ ସମଗ୍ର ମହାରାଷ୍ଟ୍ରରେ ଦୁଇ ଦଳର ଗୈରିକ ପତାକା ଉଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ରବିବାର ଅଯୋଧ୍ୟାରେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଗତ ଜୁନ୍‌ରେ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଅଯୋଧ୍ୟା ଗସ୍ତ କରିଥିବା ଶିବସେନା ମୁଖ୍ୟ ଶିନ୍ଦେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଆମ ଦଳର ଭୂମିକା ସ୍ପଷ୍ଟ। ଆମ ବିଚାରଧାରା ହିନ୍ଦୁତ୍ୱ। ଆମେ ଅଯୋଧ୍ୟାରୁ ନୂଆ ଶକ୍ତି ନେଇ ମହାରାଷ୍ଟ୍ର ଫେରିବୁ ଓ ଲୋକଙ୍କ ସେବା କରିବୁ। ୨୦୨୪ରେ ଶିବସେନା ଏବଂ ଭାଜପାର ଗୈରିକ ପତାକା ରାଜ୍ୟ ସାରା ଉଡ଼ିବ। ମହାରାଷ୍ଟ୍ରରେ କେତେଜଣ ବ୍ୟକ୍ତି ଅଛନ୍ତି, ଯାହାଙ୍କର ହିନ୍ଦୁତ୍ୱ ପ୍ରତି ଆଲର୍ଜି ରହିଛି। କାରଣ ହିନ୍ଦୁତ୍ୱ ସାରା ଦେଶରେ ପହଞ୍ଚତ୍ଲେ ସେମାନଙ୍କ ଦୋକାନ ବନ୍ଦ ହୋଇଯିବ ବୋଲି ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଶିନ୍ଦେ ଟାର୍ଗେଟ କରିଥିଲେ।

ପ୍ରକାଶ ଯେ, ୨୦୨୪ରେ ଏକକାଳୀନ ଲୋକ ସଭା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଅଯୋଧ୍ୟାରେ ଶିନ୍ଦେଙ୍କ ରୋଡ୍‌ ଶୋ’ ବେଳେ ଉତ୍ତର ପ୍ରଦେଶର ଅନେକ ହଜାର ଶିବସୈନିକ ସାମିଲ ହୋଇଥିଲେ। ରାମଲାଲାଙ୍କୁ ଦର୍ଶନ କରି ମନ୍ଦିର ନିର୍ମାଣ କାର୍ଯ୍ୟ ଦେଖିବା ପରେ ଶିନ୍ଦେ କହିଥିଲେ, ହିନ୍ଦୁ ହୃଦୟ ସମ୍ରାଟ ବାଲାସାହେବ ଠାକ୍‌ରେ ଏବଂ ବହୁ କୋଟି ରାମଭକ୍ତଙ୍କ ସ୍ବପ୍ନ ସାକାର ହୋଇଛି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଏବଂ ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପକ୍ଷେ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ମହାରାଷ୍ଟ୍ର ଚାଷୀଙ୍କୁ ଅସୁବିଧାରେ ପକାଇ ଶିନ୍ଦେ ଓ ଫଡ୍‌ନବିସ ଅଯୋଧ୍ୟା ଗସ୍ତ କରିଥିବାରୁ ସେମାନଙ୍କୁ ରାଜ୍ୟବାସୀ କ୍ଷମା କରିବେ ନାହିଁ ବୋଲି ଉଦ୍ଧବଙ୍କ ନେତୃତ୍ୱାଧୀନ ମହାବିକାଶ ଅଘାଡ଼ି ପକ୍ଷରୁ ସମାଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri