‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍‌ଶୀଘ୍ର ନୂଆ ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ଜଣାପଡ଼ିଛି। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବା ପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ସେ ବିଶେଷ ଭାବେ ଖୁସି ଅଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ଦାୟିତ୍ୱରୁ ଯିବା ପାଇଁ ଯାହା ଚାହୁଁଥିଲି ଏବେ ତାହା ପୂରଣ ହେବାକୁ ଯାଉଛି। ଏବେ ସଭାପତି ପରିବର୍ତ୍ତନ ନେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି। କେତେଦିନ ଲାଗିବ ସେକଥା କହି ହେବ ନାହିଁ ବୋଲି ନିରଞ୍ଜନ କହିଛନ୍ତି। ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର କହିଛନ୍ତି, ସମସ୍ତେ କିଭଳି ଦଳରେ ଏକତା ରକ୍ଷା କରି ଶୃଙ୍ଖଳିତ ସୈନିକ ଭାବେ କାର୍ଯ୍ୟକରି କଂଗ୍ରେସକୁ ସୁଦୃଢ଼ କରିହେବ ସେନେଇ ଆଲୋଚନା ହୋଇଥିଲା। ତେବେ ଆଲୋଚନା ସଫଳ ହୋଇଥିବା ନରସିଂହ କହିଛନ୍ତି। ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ବିଧାନସଭା ଏବଂ ଲୋକ ସଭାରେ କଂଗ୍ରେସ କିପରି ଅଧିକ ଆସନ ଦଖଲ କରିବ ସେନେଇ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ। ସବୁ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଛି। ରାଜ୍ୟର ସମସ୍ତ କଂଗ୍ରେସ ବିଧାୟକ, ଏମ୍‌ପି ଏବଂ ବରିଷ୍ଠ ନେତା ଯାଇଥିଲେ। ରାହୁଲ ସମସ୍ତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଛନ୍ତି। ଅତିଶୀଘ୍ର ନୂଆ ସଭାପତିଙ୍କ ନାଁ ଘୋଷଣା ହେବ। ବ୍ରଜରାଜନଗର ଉପନିର୍ବାଚନ କିପରି ଭଲରେ ଲଢ଼ିହେବ ସେନେଇ ମଧ୍ୟ ଆଲୋଚନା ହୋଇଛି। ତେବେ ଅଧିକାଂଶ ବିଧାୟକ ଏବଂ ବରିଷ୍ଠ ନେତା ଫେରି ଆସିଥିବା ବେଳେ ଆଉ କେତେଜଣ ନେତା ଏବେ ଦିଲ୍ଲୀରେ ରହି ଆଉ କେତେଜଣ ଏଆଇସିସି ନେତାଙ୍କୁ ଭେଟୁଥିବା ଜଣାପ଼ଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri