‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍‌ଶୀଘ୍ର ନୂଆ ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତିଙ୍କ ନାଁ ଘୋଷଣା ହୋଇପାରେ ବୋଲି ଜଣାପଡ଼ିଛି। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବା ପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ସେ ବିଶେଷ ଭାବେ ଖୁସି ଅଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ଦାୟିତ୍ୱରୁ ଯିବା ପାଇଁ ଯାହା ଚାହୁଁଥିଲି ଏବେ ତାହା ପୂରଣ ହେବାକୁ ଯାଉଛି। ଏବେ ସଭାପତି ପରିବର୍ତ୍ତନ ନେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି। କେତେଦିନ ଲାଗିବ ସେକଥା କହି ହେବ ନାହିଁ ବୋଲି ନିରଞ୍ଜନ କହିଛନ୍ତି। ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର କହିଛନ୍ତି, ସମସ୍ତେ କିଭଳି ଦଳରେ ଏକତା ରକ୍ଷା କରି ଶୃଙ୍ଖଳିତ ସୈନିକ ଭାବେ କାର୍ଯ୍ୟକରି କଂଗ୍ରେସକୁ ସୁଦୃଢ଼ କରିହେବ ସେନେଇ ଆଲୋଚନା ହୋଇଥିଲା। ତେବେ ଆଲୋଚନା ସଫଳ ହୋଇଥିବା ନରସିଂହ କହିଛନ୍ତି। ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ବିଧାନସଭା ଏବଂ ଲୋକ ସଭାରେ କଂଗ୍ରେସ କିପରି ଅଧିକ ଆସନ ଦଖଲ କରିବ ସେନେଇ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ। ସବୁ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଛି। ରାଜ୍ୟର ସମସ୍ତ କଂଗ୍ରେସ ବିଧାୟକ, ଏମ୍‌ପି ଏବଂ ବରିଷ୍ଠ ନେତା ଯାଇଥିଲେ। ରାହୁଲ ସମସ୍ତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଛନ୍ତି। ଅତିଶୀଘ୍ର ନୂଆ ସଭାପତିଙ୍କ ନାଁ ଘୋଷଣା ହେବ। ବ୍ରଜରାଜନଗର ଉପନିର୍ବାଚନ କିପରି ଭଲରେ ଲଢ଼ିହେବ ସେନେଇ ମଧ୍ୟ ଆଲୋଚନା ହୋଇଛି। ତେବେ ଅଧିକାଂଶ ବିଧାୟକ ଏବଂ ବରିଷ୍ଠ ନେତା ଫେରି ଆସିଥିବା ବେଳେ ଆଉ କେତେଜଣ ନେତା ଏବେ ଦିଲ୍ଲୀରେ ରହି ଆଉ କେତେଜଣ ଏଆଇସିସି ନେତାଙ୍କୁ ଭେଟୁଥିବା ଜଣାପ଼ଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଚେକ୍‌ ପଏଣ୍ଟରେ ସମନ୍ବିତ ପରିଚାଳନା, ଏସ୍‌ଓପି ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ଦେଶର ବିଭିନ୍ନ ଭାଗରେ ଅଟକି ରହିଥିବା ଓଡ଼ିଆ ମାନେ ରାଜ୍ୟକୁ ଫେରିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ସମନ୍ବିତ ଢଙ୍ଗରେ ଫେରାଇ ଆଣିବା ପାଇଁ ରାଜ୍ୟ...

୩୧ ଲକ୍ଷଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର(ବ୍ୟୁରୋ)/ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ, ୨୬ା୧୧: ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ଯୋଡ଼ିହୋଇଛି ବାଲେଶ୍ୱର ଏବଂ...

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ...

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି...

ଟୋକନ୍‌-ଟାର୍ଗେଟ ମଧ୍ୟରେ ପେଷି ହେଉଛି ଚାଷୀ

ଖୋର୍ଦ୍ଧା ଅଫିସ,୧୯ା୨:ଖୋର୍ଦ୍ଧା ଜିଲାରେ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପଦାରେ ପଡ଼ିିଛି। ମଣ୍ଡିରେ ଧାନ ପଡ଼ିରହିଛି। ଚାଷୀ ଟୋକନ ପାଇ ସୁଦ୍ଧା ଧାନ...

ପିକଅପ୍‌ ଭ୍ୟାନ୍‌-ଅଟୋ ମୁହାଁମୁହିଁ ଧକ୍କା: ୩ ମୃତ, ୫ ଆହତ

କେନ୍ଦୁଝର,୨୮।୧(ସ୍ବ.ପ୍ର.) ପଣ୍ଡାପଡ଼ା ଥାନା ଅନ୍ତର୍ଗତ ନରଣପୁର – ଡୁବୁରି ରାସ୍ତାର ଉକୁଚାବେଡା ନିକଟରେ ପିକଅପ୍‌ ଭ୍ୟାନ୍‌ ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ...

ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ...

ରଡ ବାନ୍ଧିବା ବେଳେ ଶ୍ରମିକଙ୍କ ମୃତ୍ୟୁ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ନିର୍ମାଣଧୀନ ଏକ ଘର କାମ ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ ଜିଲା ରଣପୁର...

Advertisement
Archives

Model This Week