ମରାମତି ହେଉନି ଦୁର୍ବଳ ନଦୀବନ୍ଧ: ବନ୍ୟା ଭୟରେ ତଳିଆ ଅଞ୍ଚଳବାସୀ

ବରୀ, ୨୪।୮(ଡି.ଏନ୍‌.ଏ.): ଲଗୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବନ୍ୟା ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୩ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଯାଜପୁର ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେବେ ବରୀ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ବିଭିନ୍ନ ନଦୀ ବନ୍ଧଗୁଡ଼ିକର ଦୁର୍ବଳ ଅବସ୍ଥା ଯୋଗୁ ତଳିଆ ଅଞ୍ଚଳବାସୀଙ୍କ ନିଦ ହଜିଯାଇଛି।
ବ୍ରାହ୍ମଣୀ ନଦୀବନ୍ଧ ଦକ୍ଷୀଣ ପାର୍ଶ୍ୱର କୁଶବଟଠାରୁ ମାଟିଆପଡ଼ା ପର୍ଯ୍ୟନ୍ତ ଓ ଅଣିକଣାଠାରୁ କୃଷ୍ଣନଗର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ବିଗତ ବର୍ଷଗୁଡ଼ିକରେ ବ୍ରାହ୍ମଣୀରେ ବନ୍ୟା ଅସିଲେ ଉକ୍ତ ସ୍ଥାନଗୁଡ଼ିକରେ ଘାଇ ସୃଷ୍ଟି ହେଉଥିବାରୁ ଆଖପାଖ ଅଞ୍ଚଳବାସୀ ଆଶଙ୍କାରେ ଦିନ କାଟୁଛନ୍ତି। ନଦୀବନ୍ଧଗୁଡ଼ିକ ଦୁର୍ବଳ ରହିଥିଲେ ବି ବିଭାଗୀୟ କର୍ତ୍ତୃପକ୍ଷ ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାବ୍ୟତୀତ ଖରସ୍ରୋତାର ଶାଖା ଦୁଧେଇ ନଦୀର ଜଳପତ୍ତନ ବୃଦ୍ଧି ପାଉଥିବା ବେଳେ ନଦୀବନ୍ଧ ଦୀର୍ଘବର୍ଷ ଧରି ମରାମତି କରାଯାଇନି। ଫଳରେ କଳାମାଟିଆ, ଅନ୍ୟାସିପୁର, ବାଲିବିଲ, ଅରଙ୍ଗାବାଦ, ଅଙ୍ଗାଳୋ, ବୋଦୁଅ ଓ ଭଅଁରା ପଞ୍ଚାୟତର ବହୁ ରାଜସ୍ବ ଗ୍ରାମଗୁଡ଼ିକ ବନ୍ୟା ଭୟରେ ରହିଛନ୍ତି। ଦୁଧେଇ ନଦୀର ଦକ୍ଷିଣପାର୍ଶ୍ୱ ନଦୀବନ୍ଧଗୁଡ଼ିକ ଦୀର୍ଘଦିନ ଧରି ମରାମତି ହୋଇ ନ ଥିବା ବେଳେ ଲଘୁଚାପଜନିତ ବର୍ଷା ଯୋଗୁ କେତେକ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ସାମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖିଆଗରେ ରଖି ବରୀ ବିଧାୟିକା ସୁନନ୍ଦା ଦାସ, ଅତିରିକ୍ତ ତହସିଲଦାର ଭାନୁମତୀ ମାଝି ଓ କୃଷି ବିଭାଗ କର୍ମଚାରୀମାନେ ଅନ୍ୟାସୀପୁର, ବାଲିବିଲ, ଅରଙ୍ଗାବାଦ, କଳାମାଟିଆ ପ୍ରଭୃତି ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଫେରିଛନ୍ତି। ନଦୀରେ ବନ୍ୟା ଜଳ ବୃଦ୍ଧି ପାଉଥିବା ବେଳେ ଲୋକମାନଙ୍କର ଯେପରି କୌଣସି ଅସୁବିଧା ନ ହୁଏ ସେ ନେଇ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରାଯାଇ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ବୋଲି ବିଧାୟିକା ଦାସ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?