ଆପଣଙ୍କ ଶରୀରରେ ଏସବୁ ଲକ୍ଷଣ ଦେଖାଦେଉଛି କି? ହୋଇପାରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ର ପ୍ରାକ୍‌ ସୂଚନା…

ମହାମାରୀ କରୋନା ସମୟରେ ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୂତ ରଖିବା ପାଇଁ ଡାକ୍ତରମାନେ ପରାମର୍ଶ ଦେଉଛନ୍ତି। କାରଣ କମ୍‌ ଇମ୍ୟୁନିଟି ଥିବା ବ୍ୟକ୍ତିଙ୍କୁ କରୋନା ବିଶେଷଭାବେ ପ୍ରଭାବିତ କରୁଛି। ଏପରିକି ଲୋକଙ୍କ ପ୍ରାଣହାନୀ ମଧ୍ୟ ଘଟୁଛି। ଏଣୁ ସ୍ବାସ୍ଥ୍ୟକର ଖାଦ୍ୟ ସେବନ କରିବା ଉଚିତ। ଏଣୁ ନିଜର ରୋଗ ପ୍ରତିରୋଧକ ଶକ୍ତି କିଭଳି ଅଛି ତାହା ଜାଣି ରଖିବା ଉଚିତ। କାରଣ କମ୍‌ ଇମ୍ୟୁନିଟି ଥିବା ବ୍ୟକ୍ତିଙ୍କ ଶରୀରରେ କିଛି ପରିବର୍ତ୍ତନ ଦେଖାଯାଇଥାଏ। ସେଗୁଡ଼ିକୁ ଧ୍ୟାନ ଦିଅନ୍ତୁ। ଯଦି ଏଭଳି ଲକ୍ଷଣ କିଛି ଦେଖାଦିଏ ତେବେ ଖାଇବା ପିଇବାରେ ପରିବର୍ତ୍ତନ କରନ୍ତୁ। ସେଭଳି କିଛି ହେଲା:

-ଥକ୍କା ଲାଗିବା: କିଛି କାମ ନ କରି ଥକ୍କା ଲାଗିବା ରୋଗ ପ୍ରତିରୋଧକ ଶକ୍ତି କମ୍‌ର ଲକ୍ଷଣ।
-ପେଟଜନିତ ସମସ୍ୟା: ଅନେକ ଲୋକ କବ୍ଜ, ପେଟ ଫୁଲିବା ଭଳି ସମସ୍ୟାରେ ପୀଡ଼ିତ ଥାନ୍ତି। ଯଦି ସର୍ବଦା ଏଭଳି ସମସ୍ୟା ଲାଗି ରହୁଛି ତେବେ ଏହା କମ୍‌ ଇମ୍ୟୁନିଟିର ଲକ୍ଷଣ ବୋଲି ଜାଣି ରଖନ୍ତୁ।
-ଘା’ ନଶୁଖିବା: ଶରୀରରେ ହୋଇଥିବା ଛୋଟ ଘା’ ଯଦି ଶୁଖିବାକୁ ବେଶି ସମୟ ନେଉଥାଏ ତେବେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ସ୍ପଷ୍ଟ ହୋଇଥାଏ।

ଏପରି ଲକ୍ଷଣ ଥିଲେ କ’ଣ କରିବେ:
– ସପ୍ତାହରେ ୩ ଦିନ ଟମାଟୋ ଜୁସ୍‌ ପିଅନ୍ତୁ।
– ରସୁଣ ସେବନ କରନ୍ତୁ।
-ଗ୍ରୀନ୍‌ ଟି ସେବନ କରନ୍ତୁ।
-ବ୍ୟାୟାମ(ନିୟମିତ) କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri