ଖର୍ଚ୍ଚ କଲେ ଧନ ବଢ଼ିବ; ଜାଣନ୍ତୁ କାହାକୁ ଏଭଳି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ ବିଷୟର ଜ୍ଞାନ ଚାଣକ୍ୟଙ୍କ ନିକଟରେ ଥିଲା। ଏଥିପାଇଁ ଜୀବନକାଳ ମଧ୍ୟରେ ସେ ଯାହା ସହିତ ଥିଲେ, ସଠିକ୍‌ ମାର୍ଗଦର୍ଶନ ଯୋଗୁ ସେ ବିଜେତା ପାଲଟୁଥିଲେ। କେଉଁ କାର୍ଯ୍ୟ କରିବା ଦ୍ୱାରା ପରିଣାମ କ’ଣ ହେବ ସେ ଜାଣିଥିଲେ।

ଏହି କ୍ରମରେ ଧନବୃଦ୍ଧି ପାଇଁ କେଉଁ ଜିନିଷରେ ବ୍ୟକ୍ତିକୁ ଖର୍ଚ୍ଚ କରିବା ଉଚିତ ବୋଲି ଚାଣକ୍ୟ କହିଛନ୍ତି। ଜାଣନ୍ତୁ ସେହି ୪ଟି ଜିନିଷ ଯାହା ଉପରେ ଖର୍ଚ୍ଚ କରିବା ଦ୍ୱାରା ଧନ ବଢ଼ିଥାଏ।

-ପ୍ରଥମତଃ ଲୋକମାନେ ପଇସା ଦେବା ପୂର୍ବରୁ ଲାଭକ୍ଷତି ଦେଖିଥାନ୍ତି। ହେଲେ କୌଣସି ମନ୍ଦିରକୁ ଦାନ କରୁଥିଲେ ଏଭଳି କଥା ବିଲ୍‌କୁଲ ଭାବିବା ଉଚିତ ନୁହେଁ। ଏହାଦ୍ୱାରା ଈଶ୍ୱରଙ୍କ କୃପା ଲାଭ ହୋଇଥାଏ। ଧନ ଦେଉଥିବା ବ୍ୟକ୍ତିର ଧନ ଆହୁରୀ ବୃଦ୍ଧି ପାଇଥାଏ। ଏପରିକି କିଛି ସମୟ ବ୍ୟବଧାନରେ ମନ୍ଦିରକୁ ଦାନ ଦେଉଥିବା ବ୍ୟକ୍ତିର ଘରେ ଦରିଦ୍ରତା ଆସି ନ ଥାଏ ବୋଲି ଚାଣକ୍ୟ କହିଛନ୍ତି।

– ଯେଉଁ ବ୍ୟକ୍ତି କୁଷ୍ଠ ରୋଗୀର ସହାୟତା କରିଥାଏ, ସେ କେବେ ବି ଦରିଦ୍ର ହୋଇ ନ ଥାଏ। ତାଙ୍କର ଧନ ଦିନ-ପ୍ରତିଦିନ ବଢ଼ିଥାଏ। କାରଣ କୁଷ୍ଠ ରୋଗୀ ଅଧିକ କଷ୍ଟ ସହିଥାନ୍ତି। ଏଣୁ ତାଙ୍କର ଆର୍ଥିକ ସହାୟତା କରିବା ଦ୍ୱାରା ସେମାନଙ୍କ ମନ ପ୍ରସନ୍ନ ହୋଇଥାଏ। ଫଳରେ ଧନ ଦେଉଥିବା ବ୍ୟକ୍ତିଙ୍କ ଧନ ବୃଦ୍ଧି ହୋଇଥାଏ। ଏହା ପୂଣ୍ୟ ସହ ଧନ ବୃଦ୍ଧି କରିଥାଏ ବୋଲି ଚାଣକ୍ୟ କହିଛନ୍ତି।

-ଯଦି ଆପଣ ସମର୍ଥ ତେବେ ଅସୁବିଧା ଯୋଗୁ ପଢ଼ିପାରୁ ନ ଥିବା କୌଣସି ବ୍ୟକ୍ତିକୁ ଶିକ୍ଷିତ କରିବାକୁ ପଇସା ଲଗାନ୍ତୁ। ଏହାଦ୍ୱାରା ଲକ୍ଷ୍ମୀ ବହୁତ ପ୍ରସନ୍ନ ହୁଅନ୍ତି। ସର୍ବଦା ତାଙ୍କର ଧନ ଲାଭ ହୋଇଥାଏ ବୋଲି ଚାଣକ୍ୟ କହିଛନ୍ତି।

-ଡାକ୍ତରଖାନା, କୂଅ, ଧର୍ମଶାଳା ଏବଂ ସ୍କୁଲ ଆଦି ନିର୍ମାଣରେ ଆର୍ଥିକ ସହଯୋଗ କରୁଥିବା ବ୍ୟକ୍ତି ନିଜ ଧନକୁ ଶୁଦ୍ଧ କରି ନିଅନ୍ତି। ଏଭଳି ଲୋକଙ୍କ ପାଖରେ କେବେ ବି ଟଙ୍କା ପଇସାର ଅସୁବିଧା ହୋଇ ନ ଥାଏ। ଏହା ପଛର କାରଣଟି ହେଲା ଏସବୁ କ୍ଷେତ୍ରରେ ଲଗାଯାଇଥିବା ଟଙ୍କାକୁ ବର୍ଷ ବର୍ଷ ଧରି ଲୋକ ଭୋଗି ପାରନ୍ତି। ଫଳରେ ଆର୍ଶିବାଦ ମିଳିଥାଏ, ଯାହାକି ସହାୟତା କରିଥିବା ବ୍ୟକ୍ତିଙ୍କ ସହ ସବୁବେଳେ ରହିଥାଏ ବୋଲି ଚାଣକ୍ୟ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri