ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର ୩ ମହଲା କୋଠା, ପୁରୀ ବାଟମଙ୍ଗଳାରେ ଏକ ଆପାର୍ଟମେଣ୍ଟରେ ଫ୍ଲାଟ ଠାବ କରିଛି ଭିଜିଲାନ୍ସ। ଏହା ସହ ପିପିଲି ଓ ବଲାଙ୍ଗୀରରେ ମୂଲ୍ୟବାନ ପ୍ଲଟ, ୧୮.୬୭ ଏକରର ଫାର୍ମ ଠାବ ହୋଇଛି।ଭିଜିଲାନ୍ସ ଚଢ଼ାଉ ବେଳେ ୪.୦୮ ଲକ୍ଷ ନଗଦ ଟଙ୍କା ଜବତ୪୬ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିଲେ ନିର୍ବାହୀ ଯନ୍ତ୍ରୀ।

ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଲା। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଥିଲେ।

ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍‌ ଟଙ୍କା କରାଇଦେବାକୁ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ଟଙ୍କା ମାଗିଥିଲେ। ଏନେଇ ଠିକାଦାର ଦେବରଞ୍ଜନ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ, ସୋମବାର ଠିକାଦାର ଦେବରଞ୍ଜନ ସୁବର୍ଣ୍ଣପୁର ଅଫିସ ପ୍ରକୋଷ୍ଠରେ ପହଞ୍ଚି ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ୪୬ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ସେତିକିବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ବିଭାଗୀୟ ଅଧିକାରୀ ମାଡି ବସି ଲାଞ୍ଚ ଟଙ୍କା ଜବତ କରିବା ସହ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ଧରିଥିଲେ। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜ୍ଜୁ କରି ଏକକାଳୀନ ୬ଟି ଜାଗାରେ ଚଢ଼ାଉ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri