‘ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ’

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡକୁ ଯାଉଛେ। ଏ ଭାଇରସ କୁଆଡେ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ । ଯଦି ସଂଖ୍ୟା ବଢିବ ତେବେ ଏହାର ମୁକାବିଲା ପ୍ରସ୍ତୁତି ପାଇଁ ଆମକୁ ବିଶେଷ ଅସୁବିଧା ହେବନି । ଯେଉଁଠି ଆକ୍ଟିଭ୍‌ କେସ ବଢିବ ସେଇଠି କେନ୍ଦ୍ର ସରକାରଙ୍କ ଗାଇଡ଼ଲାଇନ ଅନୁସାରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ ୫/୬ ଜିଲାରେ ସଂକ୍ରମଣ ଚିହ୍ନଟ ହେଉଛନ୍ତି। ତେଣୁ ଏବେଠୁ ଭୟଭୀତ ହେବାର ନାହିଁ, ସେଥିପାଇଁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଉଛି। ଜିଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ସେମାନେ କଣ୍ଟିନଜେନ୍ସି ପ୍ଲାନ କରି ପ୍ରସ୍ତୁତ ରହିବେ। ନିୟମିତ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri