ଦରକାର ପଡ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା ସଂକ୍ରମଣର ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦେଶରେ ଏବେ ୫ ରାଜ୍ୟରେ କରୋନା ସଂକ୍ରମଣ ବଢିଛି। ପ୍ରିକସନ୍‌ ସହ କଟକଣା କଡ଼ାକଡ଼ି କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ହେଲେ ଆମ ରାଜ୍ୟରେ ସ୍ଥିତି ଭଲ ଥିବା ବେଳେ ସର୍ଭେଲାନ୍ସ ଜାରି ରହିଛି। ସରକାର ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି। ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଟେଷ୍ଟିଂ ଚାଲିଛି। ପଜିଟିଭ୍‌ ବାହାରିଲେ ପୂର୍ବଭଳି ବ୍ୟବସ୍ଥା ଲାଗୁ କରାଯିବ। ଯଦି ଦରକାର ପଡ଼େ, ତେବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ଅନ୍ୟପଟେ, ଦେଶରେ ଦୃତ ଗତିରେ ବଢିଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ତାମିଲନାଡୁ, କେରଳ, ତେଲଙ୍ଗାନା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ସଂକ୍ରମଣ ବୃଦ୍ଧି ପାଉଛି ସଂକ୍ରମଣ। ତେବେ ସଂକ୍ରମଣକୁ ରୋକିବା ଲାଗି ସତର୍କ ରହିବାକୁ କେନ୍ଦ୍ର ସରକାର ୫ ରାଜ୍ୟ ସରକାରଙ୍କୁ କହିଛନ୍ତି। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖି ଜଣାଇଛନ୍ତି। ନିୟମିତ ଭାବେ ପରୀକ୍ଷା, ସ୍କ୍ରିନିଂ, ଟିକାକରଣ ଜାରି ରଖିବାକୁ ରାଜ୍ୟଗୁଡ଼ିକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri