କଳାବ୍ୟାଜ୍‌ ପରିଧାନ କଲେ ଉପକାରାଗାର କର୍ମଚାରୀ

ଛତ୍ରପୁର,୧୩ା୯(ସନ୍ତୋଷ ପାଢ଼ୀ): ଛତ୍ରପୁର ଉପକାରାଗାର କର୍ମଚାରୀ ବୁଧବାରଠାରୁ କଳାବ୍ୟାଜ୍‌ ପରିଧାନ କରି କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାସତ୍ତ୍ୱେ ମଧ୍ୟ ଦାବି ପୂରଣ କରା ନ ଗଲେ ୨୫ ତାରିଖରୁ ସମସ୍ତ କର୍ମଚାରୀ କଳାବ୍ୟାଜ୍‌ ପରିଧାନ ସହ ଆମରଣ ଅନଶନ ଚାଲିବ ବୋଲି ସୂଚନା ଦିଆଯାଇଛି। ଏନେଇ ଛତ୍ରପୁର ଉପକାରାଗାର ଅଧୀକ୍ଷକଙ୍କୁ ଲିଖିତ ଭାବେ ଜଣାଯାଇଛି। ଏଥିରେ ଛତ୍ରପୁର ଉପକାରାଗାର କର୍ମଚାରୀ ସବ୍‌ କମିଟି ସଂଘ, କାରାରକ୍ଷୀ ଓ ମହିଳା କାରାରକ୍ଷୀ, ମୁଖ୍ୟ କାରାରକ୍ଷୀ ସାମିଲ ହୋଇଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଓ୍ବାର୍ଡରମାନଙ୍କ ଗ୍ରେଡ୍‌ ପେ’ ୧୯୦୦ରୁ ୨୦୦୦, ମୁଖ୍ୟ କାରାରକ୍ଷୀଙ୍କ ଗ୍ରେଡ୍‌ ପେ’ ୨୦୦୦-୨୪୦୦କୁ ବୃଦ୍ଧି, ପୁରୁଣା ପଦୋନ୍ନତି ନିୟମ ୨୦୧୨କୁ ଲାଗୁ, ଉପଖଣ୍ଡସ୍ତରୀୟ ବଦଳି ନିୟମ କୋହଳ, ଖାଦ୍ୟ ଭତ୍ତା ୪୦୦ ରୁ ୧୪୦୦କୁ ବୃଦ୍ଧି, ୧୩ ମାସିଆ ଦରମା ବୃଦ୍ଧି ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri