ବିଶ୍ୱବିଦ୍ୟାଳୟରେ ଟାଇଟ୍‌ ଜିନ୍ସ୍‌ ପିନ୍ଧିବା, ମେକ୍‌ ଅପ୍‌ ନେବା ମନା

ଇସଲାମାବାଦ,୧୧।୧: ପାକିସ୍ତାନର ହାଜାରା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନୂଆ ତୋଗଲକୀ ଆଇନ ଜାରି କରିଛନ୍ତି। ପସ୍ତୁନଖ୍ବା ପ୍ରଦେଶରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଡ୍ରେସ୍‌ କୋଡ୍‌ ଜାରି କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଟାଇଟ୍‌ ଜିନ୍ସ୍‌ ଏବଂ ଟି-ସର୍ଟ ପିନ୍ଧିବାକୁ ବାରଣ କରାଯାଇଛି। ସେହିପରି ଛାତ୍ରୀମାନେ ବିଶ୍ୱବିଦ୍ୟାଳୟକୁ ପାଠ ପଢ଼ିବା ପାଇଁ ଆସିବା ସମୟରେ ମେକ୍‌ ନେବା କୌଣସି ଅଳଙ୍କାର ପିନ୍ଧିବାକୁ ମନା କରାଯାଇଛି। ବିଶ୍ୱବିଦ୍ୟାଳୟର ଏଭଳି ବିବାଦୀୟ ଡ୍ରେସ୍‌ କୋଡ୍‌କୁ ନେଇ ପ୍ରତିବାଦ କରାଯାଇଛି। ଛାତ୍ରମାନଙ୍କୁ ଶର୍ଟସ୍‌, ବେକରେ ଚେନ୍‌ ଏବଂ ସ୍ଲିପର ପିନ୍ଧି ନ ଆସିବାକୁ କୁହାଯାଇଛି। ଛାତ୍ରମାନଙ୍କୁ ଲମ୍ବା ଚୁଟି ରଖିବାକୁ ମନା କରାଯାଇଛି। ବିନା ପରିଚୟ ପତ୍ରରେ ବିଶ୍ୱବିଦ୍ୟାଳୟକୁ ନ ଆସିବାକୁ ଛାତ୍ରୀଛାତ୍ରଙ୍କ ଲାଗି ନିର୍ଦ୍ଦେଶ ଜାରି ହୋଇଛି। ଏଭଳି କୋଡ୍‌ ଲାଗୁ କରାଯାଇଥିବାରୁ ଶିକ୍ଷାର୍ଥୀମାନେ ବିରୋଧ କରିଛନ୍ତି। କର୍ମଚାରୀମାନେ ସଫା ଏବଂ ପରିଷ୍କାର ପୋଷାକ ପିନ୍ଧି ଆସିବାକୁ କୁହାଯାଇଛି। ସେହିପରି ଶିକ୍ଷାଦାନ ସମୟରେ କଳାକୋଟ ପିନ୍ଧି ଆସିବାକୁ ଅଧ୍ୟାପକମାନଙ୍କ ପାଇଁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri