ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଏଥର କିନ୍ତୁ ୪ଦିନ ଆଗରୁ ମୌସୁମୀ ପ୍ରବେଶ କରିଥିଲା। ଏବେ ରଜ ସରିଯାଇଥିଲେ ବି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟକୁ ଅଗ୍ରସର ହୋଇପାରିଲା ନାହିଁ। ଓଡ଼ିଶାର ମାଲକାନଗରିକୁ ପ୍ରଥମେ ମୌସୁମି ପ୍ରବେଶ କରିଥିବା ବେଳେ ତିନିଦିନ ତଳେ ରାୟଗଡ଼ାକୁ ମୌସୁମୀ ଛୁଇଁଥିଲା। ପାଗ ଅନୁକୂଳ ନ ହେଉ ନ ଥିବାରୁ ମୌସୁମୀ ଆଉ ଆଗକୁ ଅଗ୍ରସର ହୋପାରୁ ନ ଥିବା ପାଣିପାଗ ବିଭାଗ ଆକଳନ କରିଛି। ତେବେ ମାଲକାନିଗରି, ରାୟଗଡ଼ାର ବିଭିନ୍ନ ସ୍ଥାନରେ ଏବେ ବର୍ଷା ହେଉଥିବା ବେଳେ ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଅତ୍ୟଧିକ ତାପମାତ୍ରା ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଯଦିଓ ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶା ସମତେ ରାଜ୍ୟର ବିଭିନ୍ନ କାଳବୈଶାଖୀ ବର୍ଷା ହେଉଛି, କିନ୍ତୁ ତାହା ସମୁଦ୍ରକୁ ଶଙ୍ଖେ ଭଳି ଲାଗୁଛି। ସକାଳ ୮ଟା ବାଜିଲେ ବି ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ଦେହରୁ ଝାଳ ବୋହିବା ବନ୍ଦ ହେଉନାହିଁ। ୨୦ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସେପଟେ ରବିବାର ନୂଆପଡ଼ାରେ ସର୍ବାଧିକ ୪୩ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୪୨, ଜଗତସିଂହପୁର ୪୦.୩, ଖୋର୍ଦ୍ଧା ୪୦.୫, ପାରଳାଖେମୁଣ୍ଡି ୪୦.୭, ଭୁବନେଶ୍ୱର ୪୦.୮, ନୟାଗଡ଼ ୪୦.୭, ଅନୁଗୋଳ ୪୦.୧ ଡିଗ୍ରୀ ତାପମାତ୍ରା ରହିଥିବା ପାରିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ସୋମବାରଠାରୁ ଗ୍ରୀଷ୍ମ ପ୍ରବାହ କମିବାକୁ ଥିବା ବେଳେ ଗୁଳୁଗୁଳି କିନ୍ତୁ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଲାଗି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତିକୁ ଉଷ୍ମ ଆର୍ଦ୍ର ପାଣିପାଗ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବା ୨୦ତାରିଖରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୨୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲାର କିଛି ଅୟ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବା ବେଳେ ଏସବୁ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri