ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।