Posted inଜାତୀୟ

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଏନେଇ କହିଛି ଯେ, ଉତ୍ତର ପଶ୍ଚିମ ଭାରତ ଏବଂ ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ଆଗମୀ ୪ରୁ ୫ ଦିନ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୌସୁମୀ ପୂର୍ବ ଏବଂ ପଶ୍ଚିମ ଉତ୍ତର ପ୍ରଦେଶର କିଛି ଅଞ୍ଚଳରେ ପ୍ରବେଶ କରିଛି । ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ ରାଜସ୍ଥାନ, ହରିୟାଣା, ଚଣ୍ଡିଗଡ଼, ପଞ୍ଜାବ ହିମାଚଳ ପ୍ରଦେଶ, ଜମ୍ମୁରେ ମଧ୍ୟ ପହଞ୍ଚିଯିବ ।

ସୂଚନା ଥାଉକି, ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା ହୋଇଛି । ମୌସୁମୀ ପ୍ରଭାବରୁ ଦିଲ୍ଲୀରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆନୁମାନ କରିଛି ପାଣିପାଗ ବିଭାଗ । ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟା ଭିତରେ ଦିଲ୍ଲୀରେ ୨୨୮.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଫଳରେ ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ସେମାନଙ୍କ ମଧ୍ୟରେ ଦୁଇଜଣ ଶିଶୁ ରହିଛନ୍ତି । ଶନିବାର ଦିଲ୍ଲୀ ଏନ୍‌ସିଆର, ଦ଼୍ବାରକା, ପାଲାମ, ବସନ୍ତ ବିହାର, ବସନ୍ତ କୁଞ୍ଜ, ଗୁରଗାଁଓ, ଫରିଦାବାଦ, ମନେସାର ଆଦି ଅଞ୍ଚଳରେ ବର୍ଷା ପବନ ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri