ଚେତାଇଲା ପାଣିପାଗ ବିଭାଗ: କାଲିଠୁ ବଢ଼ିବ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ବହିବ…

ଭୁବନେଶ୍ୱର,୨୪ା୫ (ଅନୁରାଧା ମହାରଣା)- ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଇତିମଧ୍ୟରେ ମୌସୁମୀ କେରଳ ଛୁଇଁଥିବାବେଳେ ଏହା ପ୍ରଭାବରେ ରାଜ୍ୟରେ ପ୍ରାକ୍‌ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଉତ୍ତର ଉପକୂଳ ଓଡ଼ିଶା ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ବର୍ଷାର ବିସ୍ତୃତି ବଢ଼ିବା ସହ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରପଡ଼ା ଓ ଜଗତ୍‌ସିଂହପୁର ଆଦି ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅପରାହ୍ନ ଓ ସନ୍ଧ୍ୟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଢ଼େଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ବାଲେଶ୍ୱର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସମସ୍ତ ଜିଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରି ବିଭାଗ ସତର୍କ କରିଛି। ଅନ୍ୟପଟେ ୧୮ ଜିଲାର କିଛି ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଳପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ପୁରୀ, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଅଙ୍ଗନବାଡ଼ି କର୍ମୀଙ୍କ ୧୨ହଜାର ଯାଏ ବଢିଲା ଦରମା, ଆଉ ସହାୟିକାଙ୍କୁ…

ନୂଆଦିଲ୍ଲୀ,୧୦।୯: ଉତ୍ତର ପ୍ରଦେଶର ୨.୯୧ ଲକ୍ଷ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ଉପହାର ଦେଇଛନ୍ତି। ଅଙ୍ଗନୱାଡ଼ି କର୍ମୀମାନଙ୍କର ମାସିକ ପାରିଶ୍ରମିକ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri