Posted inଜାତୀୟ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିହାର ସମେତ ଉତ୍ତର-ପୂର୍ବରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ନୂଆଦିଲ୍ଲୀ,୨୦।୯: ଉତ୍ତର-ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ଓଡ଼ିଶା, ପଶ୍ଚିମବଙ୍ଗର ଗଙ୍ଗା ଉପକୂଳ ଅଞ୍ଚଳ ଏବଂ ଝାଡଖଣ୍ଡ ସମେତ ପୁର୍ବ କେନ୍ଦ୍ରୀୟ ଅଞ୍ଚଳ ଏବଂ ଉତ୍ତର-ପୂର୍ବ ଭାରତରେ ପ୍ରବଳ ବର୍ଷା ହୋଇଛି। ଆଗାମୀ ଦୁଇ ଦିନରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଝାଡଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବ ଯୋଗୁ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଓଡ଼ିଶା, ଝାଡଖଣ୍ଡ, ବିହାର, ଉତ୍ତରପ୍ରଦେଶ ଏବଂ ଉତ୍ତର-ପୂର୍ବ ଭାରତର ପ୍ରାୟ ସମସ୍ତ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ଦ୍ୱାରା ଜାରି କରାଯାଇଥିବା ରେଡ ଆଲର୍ଟ ଅନୁଯାୟୀ, ମଙ୍ଗଳବାର ଗୁଜରାଟର ସୌରାଷ୍ଟ୍ର ଏବଂ କୁଚ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଜୁନାଗଡର ବିସାବଦାର ତାଲୁକା ସର୍ବାଧିକ ୩୦୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ରାଜ୍ୟ ବିପର୍ଯ୍ୟୟ ଅପରେଶନ କେନ୍ଦ୍ରର ତଥ୍ୟ ଅନୁଯାୟୀ ଗୁଜରାଟରେ ଏ ପର୍ଯ୍ୟନ୍ତ ୮୭୦ ମିଲିମିଟର ବର୍ଷା ହୋଇଛି କିମ୍ବା ହାରାହାରି ବାର୍ଷିକ ବୃଷ୍ଟିପାତର ୯୯.୨୭ ପ୍ରତିଶତ ରହିଛି। ଆଇଏମଡି ଅନୁଯାୟୀ ଦକ୍ଷିଣ-ପଶ୍ଚିମ ରାଜସ୍ଥାନ ଉପରେ ସାଇକ୍ଲୋନର ସ୍ଥିତି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୁଜରାଟର ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଇଏମଡି ଅନୁଯାୟୀ, ଓଡିଶା ଉପକୂଳ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ ଯୋଗୁ ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡ, ୟୁପି, ବିହାର, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କେରଳ ଏବଂ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri