ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ 

ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ କରାଯାଇଛି।  ମଙ୍ଗଳବାର ରାଜ୍ୟର  ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ  ବର୍ଷା କୁଆପଥର ବର୍ଷିବ ବୋଲି  ଆଇଏମଡି ପୂର୍ବାନୁମାନ କରିଛି। ଏନେଇ  ୟେଲୋ ଓ୍ବାନିଂ  ଜାରି ହୋଇଛି। ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ ।
ଏସବୁ ଜିଲା ଗୁଡ଼ିକହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି । ଏସସବୁ ଜଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ସେହିପରି, ମଙ୍ଗଳବାର ସନ୍ଧ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ଏବଂ ପବନ ବହିବାର ସମ୍ଭାବନା ରହିଛି।

ଏହା ବ୍ୟତୀତ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝରଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।

ପାଣିପାଗ ବିଭାଗ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଜିଲାର କିଛି ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଛି। ସେହିପରି ଦକ୍ଷିଣ ଉପକୂଳ ଓଡ଼ିଶାର ଗଞ୍ଜାମର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି।