ଆଜିଠୁ ବଦଳିବ ପାଗ, ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ଏହି ୪ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୨୯୪(ବନ୍ଦନା ସେଠୀ): ରାଜ୍ୟରେ ଦିନକୁ ଦିନ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ପାରଦ ଉପରମୁହଁା ରହୁଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି। ମଙ୍ଗଳବାର ଝାରସୁଗୁଡ଼ାରେ ୪୫.୩ ଡିଗ୍ରୀ ତାତି ଅନୁଭୂତ ହୋଇଥିବାବେଳେ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ୪୫.୬ ଡିଗ୍ରୀ ସହ ଉତ୍ତରପ୍ରଦେଶର ବାନ୍ଦା ଦେଶର ପ୍ରଥମ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଥିଲା।
ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ବୁଧବାରଠାରୁ ପାଗ ବଦଳିବ। ବୁଧବାରଠାରୁ ମେ’ ୪ ପର୍ଯ୍ୟନ୍ତ ୬ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ। ଏହି ସମୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହେବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଏଥିସହ ବର୍ଷା ସମୟରେ ୫୦ରୁ ୬୦ କି.ମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଦିଆଯାଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ବର୍ଷା ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ କାଳବୈଶାଖୀ ପ୍ରଭାବ ରହିଲେ ମଧ୍ୟ ଅନୁଗୋଳ, କଳାହାଣ୍ଡି, ମୟୂରଭଞ୍ଜ, ବଲାଙ୍ଗୀର, ବରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ସତର୍କତା ଜାରି କରାଯାଇଛି।
ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୩ଟି ସହରର ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୪୩.୭, ସମ୍ବଲପୁରରେ ୪୩.୫, ହୀରାକୁଦରେ ୪୩.୪, ବରଗଡ଼ରେ ୪୨.୯, ନୂଆପଡ଼ାରେ ୪୨.୫, ଟିଟିଲାଗଡ଼ରେ ୪୨.୨, ବଲାଙ୍ଗୀରରେ ୪୨, ତାଳଚେରରେ ୪୨, ସୋନପୁରରେ ୪୧.୯, ଭବାନୀପାଟଣାରେ ୪୧.୮, ସୁନ୍ଦରଗଡ଼ରେ ୪୧.୫ ଏବଂ ରାଉରକେଲାରେ ୪୦.୭ ଡିଗ୍ରୀ ତାପମାତ୍ରା ରହିଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?