୪ ଡିଗ୍ରୀ ଯାଏ ବଢ଼ିବ ତାତି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ। ୩ଦିନ ପରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାକୁ ଗ୍ରୀଷ୍ମ ପ୍ରବାହ ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେପେଟ ବୁଧବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ରହିଥିଲା। ସେହିଭଳି ଝାରସୁଗୁଡ଼ାରେ ୪୧.୨, ସୁନ୍ଦରଗଡ଼ ୪୦, ବଲାଙ୍ଗୀର ୪୦.୫, ଟିଟିଲାଗଡ଼ ୪୦.୫, ମାଲକାନଗିରି ୪୦, ସୋନପୁର ୪୧.୫, ଦେବଗଡ଼ ୪୧.୨, ନୂଆପଡ଼ା ୪୦, ଭୁବନେଶ୍ୱର ୩୬, କଟକ ୩୬.୨, ପୁରୀରେ ୩୪.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଆଦି ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ହେବା ସମ୍ଭାବନା ରହିଛି। ଏ ସବୁ ଜିଲାରେ ଝଡ଼ତୋଫାନ ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦କି.ମି. ରହିବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri