୪ ଡିଗ୍ରୀ ଯାଏ ବଢ଼ିବ ତାତି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟକୁ ପୁଣି ଗ୍ରୀଷ୍ମ ପ୍ରବାହ ଫେରିବ। ୩ଦିନ ପରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାକୁ ଗ୍ରୀଷ୍ମ ପ୍ରବାହ ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେପେଟ ବୁଧବାର ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ରହିଥିଲା। ସେହିଭଳି ଝାରସୁଗୁଡ଼ାରେ ୪୧.୨, ସୁନ୍ଦରଗଡ଼ ୪୦, ବଲାଙ୍ଗୀର ୪୦.୫, ଟିଟିଲାଗଡ଼ ୪୦.୫, ମାଲକାନଗିରି ୪୦, ସୋନପୁର ୪୧.୫, ଦେବଗଡ଼ ୪୧.୨, ନୂଆପଡ଼ା ୪୦, ଭୁବନେଶ୍ୱର ୩୬, କଟକ ୩୬.୨, ପୁରୀରେ ୩୪.୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଆଦି ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ହେବା ସମ୍ଭାବନା ରହିଛି। ଏ ସବୁ ଜିଲାରେ ଝଡ଼ତୋଫାନ ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦କି.ମି. ରହିବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri