ଭୁବନେଶ୍ୱର ଆଖପାଖରେ କୋହଲା ପାଗ: ୧୭, ୧୮ରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୩(ବ୍ୟୁରୋ):କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବ । ପବନ ବେଳେ କ୍ଷୟକ୍ଷତି ନେଇ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି । ୧୭ ଓ ୧୮ ତାରିଖରେ ରାଜ୍ୟରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି।
କୋହଲା ପାଗ ଯୋଗୁ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୨୮ ଡିଗ୍ରୀ ରହିଥିବା ବେଳେ କଟକରେ ୨୮.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ତେବେ ଅନ୍ୟାନ୍ୟ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରୀ ଉପରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri