୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା। ହେଲେ ଅପରାହ୍ନରୁ କାଳବୈଶାଖୀ ବର୍ଷା ଥଣ୍ଡା କରିଦେଇଥିଲା। ଆକାଶରେ କଳାହାଣ୍ଡିଆ ବାଦଲ ଦେଖାଦେବା ପରେ ଘଡ଼ଘଡ଼ି ସହ ପବନ ଓ ବର୍ଷା ହୋଇଥିଲା। କଟକ, ଭୁବନେଶ୍ୱର, ରାଉରକେଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ପବନ ହେବାରୁ ବଡ଼ ବଡ଼ ଗଛ ଉପୁଡି ପଡିଥିବାବେଳେ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ବୁଧବାର ୧୭ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ରହିଥିଲାବେଳେ ଟିଟଲାଗଡ଼ ୪୩.୫, ସୋନପୁର ୪୩.୧, ବଲାଙ୍ଗୀର ୪୩.୦, ଝାରସୁଗୁଡା ୪୨.୭, ବୌଦ୍ଧ ୪୨.୬, ହୀରାକୁଦ ୪୨.୫, ବରଗଡ଼ ୪୨.୫, ଭବାନୀପଟଣା ୪୨.୨, ନୂଆପଡ଼ା, ୪୨.୨, ଅନୁଗୋଳ ୪୨.୧, ସୁନ୍ଦରଗଡ଼ ୪୨.୦, ନୟାଗଡ଼ ୪୧.୫, ଫୁଲବାଣୀ ୪୦.୬, ତାଳଚେର, ମାଲକାନାଗିରି ଓ ଖୋର୍ଦ୍ଧାରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ଼ ହୋଇଥିଲା। ତେବେ ୨ଦିନ ଗୁଳୁଗୁଳି ଜାରି ରହିବ। ବିଶେଷକରି ଉପକୂଳ ଜିଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ଦେଖାଦେବ ଓ ଏହାପରେ ପାଗରେ ପରିବର୍ତ୍ତନ ହେବ। ୩ରୁ ୪ ଡିଗ୍ରୀ ତାପମାତ୍ରା କମିବ। ଗୁରୁବାର ସମ୍ବଲପୁର, ସୋନପୁର ବୌଦ୍ଧ ଓ ବଲାଙ୍ଗୀର ଜିଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ନିଂ ଦିଆଯାଇଛି। ସେହିପରି କଳାହାଣ୍ଡି, ନୂଆପଡା, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରକୁ ଉଷ୍ମ ଓ ଆର୍ଦ୍ର ସ୍ଥିତି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବଲାଙ୍ଗୀର ଓ ସମ୍ବଲପୁରରେ ଉଷ୍ମ ରାତ୍ରି ପାଇଁ ୟେଲୋ ୱାର୍ଣ୍ଣିଂ ରହିଛି। ସେହିପରି ସମ୍ବଲପୁର, ସୋନପୁର, ବୌଦ୍ଧ,ବଲାଙ୍ଗୀର, ନୂଆପଡା ଓ କଳାହାଣ୍ଡିକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଏବଂ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଉପକୂଳର ୧୧ ଜିଲା ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରକୁ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟେଲୋ ୱାର୍ନିଂ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?