ୱେବ୍‌ ଚ୍ୟାନେଲ ସିଲ୍‌, ଏମ୍‌ଡିଙ୍କ ସମେତ ଦୁଇ ଗିରଫ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଜଣେ ମହିଳାଙ୍କୁ ଧମକ ଦେବା ସହ ଟଙ୍କା ମାଗିବା ଅଭିଯୋଗରେ ଏକ ୱେବ୍‌ ଚ୍ୟାନେଲର ଦୁଇ କର୍ମଚାରୀଙ୍କୁ ମଞ୍ଚେଶ୍ୱର ପୋଲିସ ଗିରଫ କରିଛି। ସେମାନେ ହେଲେ ୱେବ୍‌ ଚ୍ୟାନେଲ ‘ପରିବର୍ତ୍ତନ’ର ଏମ୍‌ଡି ଜଗତ୍‌ସିଂପୁର ଜିଲା ରଘୁନାଥପୁର ଥାନାର ପ୍ରଶାନ୍ତ କୁମାର ରାଉତ(୪୦) ଓ କ୍ୟାମେରାମ୍ୟାନ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନାର ଚନ୍ଦ୍ରକାନ୍ତ ଦଳାଇ(୨୬)। ଏଥିସହ ସ୍ଥାନୀୟ ଚକେଇସିଆଣିରେ ଥିବା ଉକ୍ତ ୱେବ୍‌ ଚ୍ୟାନେଲ କାର୍ଯ୍ୟାଳୟକୁ ପୋଲିସ ସିଲ୍‌ କରିବା ସହ ସେଠାରୁ ଆଇ କାର୍ଡ, କ୍ୟାମେରା ଓ କମ୍ପ୍ୟୁଟର ଆଦି ଜବତ କରିଛି। ପୋଲିସ ଆଇପିସି ଦଫା ୪୪୮, ୨୯୪, ୩୨୩, ୫୦୬, ୩୫୪, ୩୫୪ ବି, ୩୫୪ ଡି, ୩୪ରେ ମାମାଲା (ନଂ.୩୦୬/୨୧) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏନେଇ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ସାମ୍ବାଦିକର ପରିଚୟ ଦେଇ ଯଦି ଏହିପରି କେହି ଆପରାଧିକ କାର୍ଯ୍ୟକଳାପରେ ଲିପ୍ତ ରୁହନ୍ତି ତା’ହେଲେ ପୋଲିସ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
ସୂଚନା ଅନୁଯାୟୀ, ଚକେଇସିଆଣୀ ବିନାୟକନଗରରେ ରହୁଥିବା ସ୍ମିତାଞ୍ଜଳି ବିଶ୍ୱାଳ ଓ ଜଣେ ମହିଳାଙ୍କ ମଧ୍ୟରେ ଟଙ୍କା ଦିଆନିଆକୁ ନେଇ ପୂର୍ବରୁ ବିବାଦ ଲାଗି ରହିଥିଲା। ଶନିବାର ଅପରାହ୍ନରେ ସମ୍ପୃକ୍ତ ମହିଳାଙ୍କ ସପକ୍ଷରେ ଯାଇ ସ୍ମିତାଞ୍ଜଳିଙ୍କୁ ଅଭିଯୁକ୍ତଦ୍ୱୟ ଟଙ୍କା ଦେବାକୁ ଦାବି କରିଥିଲେ। ଜୋର୍‌ ଜବରଦସ୍ତି ତାଙ୍କ ଘରେ ପଶି ଉକ୍ତ ଘଟଣାରେ ପ୍ରତିକ୍ରିୟା ଦେବାକୁ ବାଧ୍ୟ କରିଥିଲେ। ସ୍ମିତାଞ୍ଜଳି ସେମାନଙ୍କୁ ବାରଣ କରିଥିଲେ ବି ଅଭିଯୁକ୍ତଦ୍ୱୟ ଶୁଣି ନ ଥିଲେ। ଟଙ୍କା ନ ଦେଲେ ନିଜ ୱେବ୍‌ ଚ୍ୟାନେଲରେ ଖବର ପରିବେଷଣ କରିବାକୁ ଧମକ ଦେଇ ଅଭିଯୁକ୍ତଦ୍ୱୟ ତାଙ୍କୁ ମାନସିକ ଚାପ ପକାଇଥିଲେ। ଏନେଇ ସ୍ମିତାଞ୍ଜଳୀ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri