୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ ୮୬୭ ବୁଥ୍‌ରେ ଲାଇଭ୍‌ ଫୁଟେଜ୍‌ ପାଇଁ ଓ୍ବେବ୍‌କାଷ୍ଠିଂ ହେବ।

ଏଥିସହ ଏହି ବୁଥ୍‌ଗୁଡ଼ିକରେ ମାଇକ୍ରୋ ଅବଜର୍ଭର ରହିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚନ ଏକ ଗଣତାନ୍ତ୍ରିକ ପରମ୍ପରା। ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ଜିଲା ପ୍ରଶାସନର କର୍ତ୍ତବ୍ୟ। ଏହି ପରିପ୍ରେକ୍ଷୀରେ ନିର୍ବାଚନୀ ପ୍ରକ୍ରିୟାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଧାନସଭା ଓ ଲୋକ ସଭା ପାଇଁ ଏକକ ନିର୍ବାଚନ ହେଉଥିବାରୁ ସତର୍କତାର ସହ ନିରୀକ୍ଷଣ କରାଯାଉଛି। ଚଳିତଥର ମୋଟ ୧୪୪୫ଟି ବୁଥ୍‌ରୁ ୪୫୪ଟିରେ ପୁରୁଷ, ୯୨ଟିରେ ମହିଳା ଓ ଅବଶିଷ୍ଟ ୮୯୯ଟିରେ ମହିଳା ଓ ପୁରୁଷ ନିର୍ବାଚନ ପ୍ରକ୍ରିୟା ପରିଚାଳନା କରିବେ। ମହିଳାଙ୍କ ଦ୍ୱାରା ପରିଚାଳିତ ୯୨ ବୁଥ୍‌ ସହ ପ୍ରତି ବିଧାନସଭା ଅଞ୍ଚଳରେ ଗୋଟିଏରେ ଭିନ୍ନକ୍ଷମ, ୫ଟିରେ ଯୁବ ଓ ୫ଟି କେନ୍ଦ୍ର ବିଷୟଭିତ୍ତିକ ହେବ। ଏହି ବୁଥ୍‌ ମଧ୍ୟରୁ ୫୭ଟି ସ୍ଥାନରେ ୬୪ ବୁଥ୍‌ ସାମାନ୍ୟ ଉତ୍ତେଜନାପୂର୍ଣ୍ଣ ଚିହ୍ନଟ ହୋଇଥିବା ବେଳେ ୧୭୬ଟି ସ୍ଥାନରେ ଥିବା ୨୪୫ଟି ବୁଥ୍‌ ଉତ୍ତେଜନାପୂର୍ଣ୍ଣ ଭାବେ ଚିହ୍ନଟ ହୋଇଛି।

ଏଥିପାଇଁ ୮୬୭ଟି ସ୍ଥାନରେ ୱେବ୍‌କାଷ୍ଟିଂ, ୨୮୨ ସ୍ଥାନରେ ସିସିଟିଭି ଓ ୫୮ ସ୍ଥାନରେ ଭିଡିଓଗ୍ରାଫି ବ୍ୟବସ୍ଥା ହୋଇଛି। ଅଦ୍ୟାବଧି ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ବ୍ୟବହାର ହେବାକୁଥିବା ୩୦୬.୩୦୪ ଲକ୍ଷ ଟଙ୍କାର ସାମଗ୍ରୀ ଜବତ ହୋଇଛି। ସେହିପରି ସି ଭିଜିଲ ଓ ଅଭିଯୋଗଗୁଡ଼ିକ ମଧ୍ୟରୁ ୩୬୨ ମାମଲା ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଜିଲାର ୯ ବ୍ଲକ ଓ ୨ ପୌରାଞ୍ଚଳରେ ମୋଟ ୭୨୩୭ଟି ପୋଷ୍ଟାଲ ବାଲଟ୍‌ ପାଇଁ ଆବେଦନପତ୍ର ମିଳିଥିବା ବେଳେ ଘର ନିକଟରେ ୧୦୨୭, ମ୍ୟୁନିସିପାଲିଟି ବୁଥ୍‌ରେ ୪୭୧ଟି ଭୋଟ ଗ୍ରହଣ ହେବ ବୋଲି ସୂଚନା ମିଳିଥିବା ଜିଲା ନିର୍ବାଚନ ଅଧିକାରୀ ବିକାଶ କହିଛନ୍ତି। ଏସ୍‌ପି ସିଦ୍ଧାର୍ଥ କାଟରିଆ ଆଇନଶୃଙ୍ଖଳା ସମ୍ପର୍କରେ ମତ ରଖିଥିଲେ। ସମ୍ମିଳନୀରେ ଏଡିଏମ୍‌ ପୀତାମ୍ବର ସାମଲ, ଏଡିଏମ୍‌ ନିଲୁ ମହାପାତ୍ର, ଉପଜିଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲାପାଳ ଅଶୋକ କୁମାର ଦାସ, ଡିଆଇପିଆର୍‌ଓ ଆଲୋକ ମହାନ୍ତି, ଏଡିଆଇପିଆର୍‌ଓ ଅଶୋକ କୁମାର ବଳିୟାରସିଂ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri