Posted inଜାତୀୟ

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌ ଜନତା ପାର୍ଟି’ (ସିଜେପି) ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ ଆରମ୍ଭ କରିବାକୁ ଘୋଷଣା କରିଛି। ଏହି ୱେବ୍‌ସାଇଟ୍‌ ମାଧ୍ୟମରେ ଆନ୍ଦୋଳନକାରୀଙ୍କଠାରୁ ଫଟୋ ଓ ଭିଡିଓ ସଂଗ୍ରହ କରାଯାଇ ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଯିବ। ଦିଲ୍ଲୀ ପୋଲିସ ମାମଲା ରୁଜୁ ନ କଲେ ଅଦାଲତଙ୍କ ଦ୍ୱାରସ୍ଥ ହେବାକୁ ଦଳ ନିଷ୍ପତ୍ତି ନେଇଛି।
ଶୁକ୍ରବାର ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି ସିଜେପି ମୁଖପାତ୍ର ସୌରଭ ଦାସ କହିଛନ୍ତି, ରାଲି ସମୟରେ ପୋଲିସ କର୍ମଚାରୀମାନେ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ସହ ମହିଳା ପ୍ରଦର୍ଶନକାରୀଙ୍କ ପ୍ରତି ଅଶାଳୀନ ବ୍ୟବହାର କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଆକ୍ରମଣ କରିଥିବା ଏବଂ ନିର୍ଯାତନା ଦେଇଥିବା ପ୍ରତ୍ୟେକ ଅଧିକାରୀଙ୍କୁ ଚେତାବନୀ ଦିଆଯାଉଛି ଯେ, ଦଳ ଏହି ଘଟଣାରେ ନୀରବ ରହିବ ନାହିଁ। ସେ ଆହୁରି କହିଛନ୍ତି, ପ୍ରଦର୍ଶନକାରୀମାନେ ପୋଲିସ ଆକ୍ରମଣର ଭିଡିଓ ଏବଂ ଫଟୋ ନୂତନ ୱେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରନ୍ତୁ। ସିଜେପି ଟିମ୍‌ ଏହି ସମସ୍ତ ତଥ୍ୟ ଯାଞ୍ଚ କରି ପୋଲିସ ଅଧିକାରୀଙ୍କୁ ଚିହ୍ନଟ କରିବ। ଯଦି ଦିଲ୍ଲୀ ପୋଲିସ ଏଫଆଇଆର୍‌ ରୁଜୁ ନ କରେ, ତେବେ ସାରା ଭାରତର ଆଇନଜୀବୀଙ୍କ ସହାୟତାରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇ ପୋଲିସ କର୍ମଚାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଏହି କାର୍ଯ୍ୟାନୁଷ୍ଠାନ ସହ ତାଳ ମିଳାଇ ତୃଣମୂଳ କଂଗ୍ରେସର ପୂର୍ବତନ ରାଜ୍ୟ ସଭା ସଦସ୍ୟ ସାକେତ ଗୋଖଲେ ମଧ୍ୟ ଜୁଲାଇ ୨୦ ପୋଲିସ କାର୍ଯ୍ୟାନୁଷ୍ଠାନର ଫଟୋ, ଭିଡିଓ ଓ ଅନ୍ୟାନ୍ୟ ପ୍ରମାଣ ପଠାଇବାକୁ ଛାତ୍ରୀଛାତ୍ର ଏବଂ ପ୍ରଦର୍ଶନକାରୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ପ୍ରମାଣଗୁଡ଼ିକ ଯାଞ୍ଚ କରାଯାଇ ଅଭିଯୁକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri