ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ (ଟ୍ରାଭଲର- ଓଡି୩ଏଏମ୩୩୩୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ବର ମହମ୍ମଦ ହୁସେନ କାଦ୍ରି (୩୫) ଓ କନ୍ୟା ନୁରୀ ସାବା(୨୦)ଙ୍କ ସମେତ ୧୩ଜଣ ଯାତ୍ରୀ ଆହତ ହୋଇଥିବାବେଳେ ଏମିଡି ଫୋରମ(୪୫) ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ଗତ ସୋମବାର ରାତିରେ ଭୁବନେଶ୍ୱର ଡୁମୁଡୁମାର ଅହମ୍ମଦ ହୁସେନ କାଦ୍ରିଙ୍କ ବିବାହ ଉତ୍ସବରେ ୧୫ଜଣ ବରଯାତ୍ରୀ ପଡେଶୀ ରାଜ୍ୟ କୋଲକାତାର କ୍ଷିଦ୍ରୀପୁର ଅଞ୍ଚଳକୁ ବିବାହ ଉତ୍ସବରେ ଯୋଗ ଦେବା ପାଇଁ ଯାଇଥିଲେ। ମଙ୍ଗଳବାର ବିବାହ ଉତ୍ସବ ସାରିବାପରେ ରାତିରେ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ। ତେବେ କିଆରୀ ନିକଟରେ ବରଯାତ୍ରୀ ବସଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ପାଣି ନାଳ ଭିତରକୁ ପଶିଯାଇ ଏକ ଗଛ ସହିତ ଧକ୍କା ହୋଇଥିଲା ।

ସ୍ଥାନୀୟ ଯୁବକମାନେ ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଆହତ ମାନଙ୍କ ପ୍ରାଥମିକ ଚିକିତ୍ସା ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ଦମକଳବାହିନୀ ପହଞ୍ଚି ଥିଲା।
ସୂଚନାଯୋଗ୍ୟ ଯେ, ଏହି ବସରେ ୪ଜଣ ଶିଶୁ, ୫ଜଣ ମହିଳା ଓ ୬ଜଣ ପୁରୁଷ ଥିଲେ । ଗାଡ଼ି ଚାଳକ ପ୍ରିୟବ୍ରତ ପାଢ଼ୀ (୩୪) ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ଘର ନୟାଗଡ଼ ଅଞ୍ଚଳରେ ତାଙ୍କ ଆଗରେ ହଠାତ୍‌ ଅନ୍ୟ ଏକ ଗାଡ଼ି ବ୍ରେକ ମାରିବା ଯୋଗୁ ଭାରସାମ୍ୟ ହରାଇ ସେ ବାମପାର୍ଶ୍ୱକୁ କାଟିଦେବା ଯୋଗୁ ଭାରସାମ୍ୟ ହରାଇ ପାଣି ନାଳ ମଧ୍ୟକୁ ଟାଣିହୋଇ ଯାଇଥିବାର ଗାଡ଼ି ଚାଳକ କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri