ଆଇସିୟୁରେ ଝିଅର ବାହାଘର ପରେ ମା’ଙ୍କ ମୃତ୍ୟୁ

ଗୟା,୨୬।୧୨: ଅନେକ ଥର ଫିଲ୍ମରେ ହସ୍ପିଟାଲରେ ବାହାଘର ହେଉଥିବା ସମସ୍ତେ ଦେଖିଥିବେ। କିନ୍ତୁ ସତରେ ହସ୍ପିଟାଲରେ ବାହାଘର ହେବା କଥା କେହି ଦେଖିଛନ୍ତି କି ଶୁଣିଛନ୍ତି। କଥାଟି ଅଡ଼ୁଆ ଲାଗୁଥିଲେ ମଧ୍ୟ ସତ। କାରଣ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାରର ଗୟାରେ। ଯେଉଁଠାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତିଥିବା ଜଣେ ମହିଳା ନିଜ ଝିଅଙ୍କ ବିବାହ କରାଇଛନ୍ତି। ଏହାର କିଛି ଘଣ୍ଟା ପରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ପରିବାରବର୍ଗ, ସମ୍ପର୍କୀୟ ଏବଂ ହସ୍ପିଟାଲର କର୍ମଚାରୀଙ୍କ ଆଖିରେ ଲୁହ ଭରିଦେଇଛି। ସୂଚନାଯୋଗ୍ୟ, ଗୟା ଜିଲାର ଗୁରାରୁ ପ୍ରଖଣ୍ଡର ବାଲି ଗ୍ରାମରେ ରହୁଥିବା ଲଲନ କୁମାରଙ୍କ ସ୍ତ୍ରୀ ପୁନମ ବର୍ମା ହୃଦ୍‌ଘାତ ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ମାଜିଷ୍ଟ୍ରେଟ କଲୋନୀ ସ୍ଥିତ ଏକ ଘରୋଇ ଅର୍ଶ ହସ୍ପିଟାଲର ଆଇସିୟୁ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ସେ ଦୀର୍ଘ ଦିନରୁ ରୋଗାଗ୍ରସ୍ତ ଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ବେଳେ ଯେକୌଣସି ସମୟରେ ପୁନମଙ୍କର ମୃତ୍ୟୁ ହୋଇପାରେ ବୋଲି ଡାକ୍ତର କହିଥିଲେ। ତେବେ ସବୁ ମା’ଙ୍କ ଭଳି ପୁନମଙ୍କ ମଧ୍ୟ ଆଶା ଥିଲା ଯେ, ସେ ଜୀବିତ ଅବସ୍ଥାରେ ତାଙ୍କ ଝିଅ ଚାନ୍ଦିନୀଙ୍କ ବିବାହ ଦେଖିବେ। ପୂର୍ବରୁ ସୋମବାର (ଡିସେମ୍ବର ୨୬) ଚାନ୍ଦିନୀଙ୍କର ଗୁରୁଆ ପ୍ରଖଣ୍ଡର ସଲେମପୁର ଗ୍ରାମର ସୁମିତ ଗୌରବଙ୍କ ସହ ନିର୍ବନ୍ଧ ନିର୍ଦ୍ଧାରିତ ହୋଇଥିଲା। ହେଲେ ନିର୍ଦ୍ଧାରିତ ହୋଇଥିବା ନିର୍ବନ୍ଧ ତାରିଖର ଗୋଟିଏ ଦିନ ପୂର୍ବରୁ ହସ୍ପିଟାଲର ଆଇସିୟୁ ରୁମ୍‌ ବାହାରେ ସେମାନଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ବିବାହର ମାତ୍ର ୨ଘଣ୍ଟା ପରେ ମା’ ପୁନମଙ୍କ ମୃତ୍ୟୁ ହୋଇଥିଲା। ଏହି ସମୟର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?