ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଜୁନାଗଡ଼ ଥାନା ବରଗାଁ ଗ୍ରାମର ଭଜନ କର।
ସୂଚନା ଅନୁସାରେ ଜୁନାଗଡ଼ ବ୍ଲକ ବରଗାଁରୁ ଗୁରୁବାର ଟାଭେରା କାର୍‌ରେ ବରଯାତ୍ରୀ ଦଳ ଛତିଶଗଡ଼ ରାଜ୍ୟ କେରଣ୍ଡୁଲରୁ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ଶୁକ୍ରବାର ଭୋର ୪ଟା ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ କେତେଜଣ ଯୁବକ ପହଞ୍ଚତ୍ କାର୍‌ରୁ ଗୁରୁତରଙ୍କୁ ଉଦ୍ଧାର କରିବା ସହ କୋକସରା ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବା ସହ ଗୁରୁତରଙ୍କୁ ଦମକଳ ଗାଡିରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ୍ରାଇଭର ଭଜନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରୁତର ଥିବା ସୁବାସ ଖମାରି (୫୫), ବବିଲୁ ହରିଜନ (୧୭), ସୁମନ୍ତ କର (୨୫), ଧର୍ମରାଜ କର(୩୨), ଅରୁପ ଖମାରି (୨୨) ଓ ତୋଫାନ ସୁନାନୀ (୧୬)ଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ.୯୨/୨୫) ରୁଜୁ କରି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?