ସପ୍ତାହବ୍ୟାପୀ ସଚେତନତା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୩।୧୨: ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ବିଶ୍ୱ ଏଡ୍‌ସ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ସମାନତା’ ବିଷୟବସ୍ତୁ ଆଧାରରେ ଏକ ସପ୍ତାହବ୍ୟାପୀ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ଏପରିକି ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଓଡ଼ିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସୋସାଇଟି ସହ ମିଳିତ ଭାବେ କମ୍ପାନୀ ଏଭଳି ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଉକ୍ତ ସଚେତନତା ଅଭିଯାନର ଅଂଶସ୍ବରୂପ ଝାରସୁଗୁଡ଼ା ଜିଲା ମଧ୍ୟରେ ଏକ ପଦଯାତ୍ରା, ସୂଚନା ଅଧିବେଶନ ଓ ପ୍ରଚାରପତ୍ର ମାଧ୍ୟମରେ ଏଚ୍‌ଆଇଭି-ଏଡ୍‌ସ ରୋକିବା ଲାଗି ପ୍ରମୁଖ ସଚେତନ ସୃଷ୍ଟି କରାଯାଇଥିଲା। ବେଶ୍‌ ଉପକୃତ ହୋଇଥିଲେ। ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ(ଝାରସୁଗୁଡ଼ା)ର ସିଇଓ ସୁନୀଲ ଗୁପ୍ତା କହିଛନ୍ତି, ବିଗତ କିଛି ବର୍ଷ ହେବ ଏଡ୍‌ସର ସଂଖ୍ୟା ହ୍ରାସ ହୋଇଛି। ହେଲେ ଏବେ ବି ଲୋକଙ୍କ ଅସାବଧାନତା ଯୋଗୁ ଅନେକ ଘଟଣା ଘଟୁଛି। ଏହି ଉଦ୍ଦେଶ୍ୟରେ କାର୍ଯ୍ୟ କରୁଥିବା ସରକାରୀ ସଂସ୍ଥା ତଥା ସଂଗଠନ ସହ ସହଭାଗୀ ହୋଇ ଆମେ ଉନ୍ନତ ସ୍ବାସ୍ଥ୍ୟ ଓ ସ୍ବଚ୍ଛତା ଅଭ୍ୟାସ ଉପରେ ଗୋଷ୍ଠୀ ସଚେତନତାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ଚେଷ୍ଟା କରୁଛୁ। ବର୍ତ୍ତମାନ ଏଚ୍‌ଆଇଭି-ଏଡ୍‌ସ ଆମ ପାଇଁ ଆହ୍ବାନ ଓ ଏହା ବିଶ୍ୱ ସ୍ତରରେ ଏକ ଚିନ୍ତାଜନକ ବିଷୟ ପାଲଟିଛି। ଆମକୁ ଏ ବିଷୟରେ ସଚେତନ ହେବାକୁ ପଡ଼ିବ। ଆମ ଗୋଷ୍ଠୀର ସାମଗ୍ରିକ ସୁସ୍ଥତା ପାଇଁ ଆମେ ପ୍ରତିବଦ୍ଧ ଅଟୁ। ସେହିଭଳି ଓସାକ୍ସର ପ୍ରକଳ୍ପ ନିର୍ଦ୍ଦେଶକ ଊର୍ମିଳା ମିଶ୍ର କହିଥିଲେ,ଏଚ୍‌ଆଇଭି ସମ୍ପର୍କରେ ଜନ ସଚେତନତା ବୃଦ୍ଧି ପାଇଁ ସମାଜର ବିଭିନ୍ନ ମହଲରେ ପହଞ୍ଚତ୍ଛୁ। କାରଣ ବେଦାନ୍ତର ଏହି ଅଭିଯାନ ବାସ୍ତବିକ୍‌ ବେଶ୍‌ ପ୍ରଶଂସନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri