ରାଜଧାନୀରେ ସଂକ୍ରମଣକୁ ରୋକିଲା ସପ୍ତାହନ୍ତ କର୍ଫ୍ୟୁ, କହିଲେ ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୬।୧: ରାଜଧାନୀ ଦିଲ୍ଲୀରେ ଦୈନିକ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଯେ ସପ୍ତାହନ୍ତ କର୍ଫ୍ୟୁ ଏବଂ କଡ଼ା କଟକଣା ଲାଗୁ ହେବା ଯୋଗୁ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ସପ୍ତାହନ୍ତ କର୍ଫ୍ୟୁ ସଂକ୍ରମଣକୁ ରୋକିବାରେ ସହାୟକ ହୋଇପାରିଛି। ଆଇସିଏମଆର ସୁପାରିଶକ୍ରମେ ଏଠାରେ ତିନି ଗୁଣା ଅଧିକ ନମୁନା ପରୀକ୍ଷା କରାଯାଉଛି।

କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ଲକ୍ଷଣ ନ ଥିବା ଲୋକଙ୍କୁ ପରୀକ୍ଷା କରାଯିବାର ଆବଶ୍ୟକତା ନାହିଁ। ସେହିପରି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କଠାରେ ଲକ୍ଷଣ ପ୍ରକାଶ ନ ପାଇବା ପର୍ଯ୍ୟନ୍ତ ନମୁନା ପରୀକ୍ଷା ନ କରିବାକୁ କୁହାଯାଇଛି।

ଦିଲ୍ଲୀରେ ଶୁକ୍ରବାର ୬୭,୬୨୪ ନମୁନା ପରୀକ୍ଷା ହୋଇଥିବାବେଳେ ଗୁରୁବାର ୭୯,୫୭୮ ନମୁନା ପରୀକ୍ଷା କରାଯାଇଛି। ଜାତୀୟ ରାଜଧାନୀରେ ଗୁରୁବାର ମୋଟ ୨୮,୮୬୭ ନୂତନ ସଂକ୍ରମଣ ହୋଇଥିବା ରିପୋର୍ଟ କରାଯାଇଛି। ଏହା ମହାମାରୀ ଆରମ୍ଭଠାରୁ ଗୋଟିଏ ଦିନରେ ସର୍ବାଧିକ ସଂକ୍ରମଣ। ବୁଧବାର ସହରରେ ୯୮,୮୩୨ ଜଣଙ୍କର ନମୁନା ପରୀକ୍ଷା କରାଯାଇଥିଲା।

ଏହା ସହିତ ରବିବାର ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପ୍ରାୟ ୧୭ ହଜାର ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବାର ଆଶା ରହିଛି। ସେ କହିଛନ୍ତି, ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ସଂଖ୍ୟା ସ୍ଥିର ରହିଛି। ଦିଲ୍ଲୀ ସରକାରଙ୍କ ଦ୍ୱାରା ଲାଗୁହୋଇଥିବା ପ୍ରତିବନ୍ଧକ ସଂକ୍ରମଣ ବ୍ୟାପିବାକୁ ରୋକିଥିବା ସେ କହିଛନ୍ତି। ପ୍ରତିବନ୍ଧକଗୁଡିକର ସମୀକ୍ଷା କରିବା ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ତିନି-ଚାରି ଦିନ ପରିସ୍ଥିତି ଉପରେ ନଜର ରଖାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri