ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା ବଢ଼ି ୧୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୫୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ବଢ଼ି ୩ ହଜାର ୪୬୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୨୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୭ ହଜାର ୬୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୩ ହଜାର ୪୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ୪୯,୪୬୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri