ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା ବଢ଼ି ୧୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୫୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ବଢ଼ି ୩ ହଜାର ୪୬୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୨୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୪୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୭ ହଜାର ୬୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୩ ହଜାର ୪୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ୪୯,୪୬୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।

Share