ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ…

ନୂଆଦିଲ୍ଲୀ, ୨।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ କରୋନା ମାମଲା ପଞ୍ଜିକୃତ ହୋଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ତଳେ ରହିଛି। ଏହା ୧୭୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୬୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୬୭୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୭୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୧୨୦୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୮ହଜାର ୮୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୫ ହଜାର ୪୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri