ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ…

ନୂଆଦିଲ୍ଲୀ, ୨।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ କରୋନା ମାମଲା ପଞ୍ଜିକୃତ ହୋଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ଶହ ତଳେ ରହିଛି। ଏହା ୧୭୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୬୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୬୭୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୭୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୧୨୦୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୮ହଜାର ୮୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୫ ହଜାର ୪୪୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ବାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ବାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?