ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ ସାପ୍ତାହିକ ହାଟ ହେଉଛି। ଏହାର ଫାଇଦା ଛୋଟ ଛୋଟ ବ୍ୟବସାୟୀ, ପନିପରିବା ଚାଷୀଙ୍କ ସମେତ ବିଭିନ୍ନ ଛୋଟ ବଡ଼ ବ୍ୟବସାୟିଙ୍କୁ ସଫଳତା ଦେଉଛି। ଏହି ସବୁ ସ୍ଥାନରେ ହେଉଥିବା ହାଟ ଗୁଡିକରେ ସ୍ଥାନୀୟ ବ୍ୟବସାୟିଙ୍କଠାରୁ ଆରମ୍ଭ କରି ଜିଲା ଓ ଜିଲା ବାହାରୁ ବ୍ୟବସାୟ କରିବାକୁ ଛୁଟି ଆସନ୍ତି। ଭଳିକି ଭକି ପୋଷାକ, ପ୍ଲାଷ୍ଟିକ, ଘରୋଇ ବ୍ୟବହାର ସାମଗ୍ରୀ, ରାସନ, ପନିପରିବା, ଶୁଖୁଆ, ମାଛ, ଚପଲ ଭଳି ଅନେକ ସାମଗ୍ରୀ ମିଳୁଛି ସେହିପରି ଜଙ୍ଗଲ ଜାତୀୟ ସାମଗ୍ରୀ ତଥା ମହୁ, ଝୁଣା, ହଲଦି, ଅଦା, ଫୁଲ ଝାଡୁ ଆଦି ମଧ୍ୟ ସ୍ଥାନେ ସ୍ଥାନେ ବିକ୍ରିବଟା ହେଉଥିବା ନଜିର ରହିଛି। ତେବେ ଏହି ସାପ୍ତାହିକ ହାଟରେ ଏକାଠି ହୁଅନ୍ତି ବିଭିନ୍ନ ଗ୍ରାମର ଲୋକ ଏବଂ ସେଠାରେ ସମ୍ପର୍କ ବୃଦ୍ଧି ସହ ନିଜ ପରିବାର, ଗ୍ରାମର ବିକାଶ କଥା ଓ ଭଲ ମନ୍ଦ ଆଲୋଚନା ହୁଏ। ତେଣୁ ଏହାକୁ ସାପ୍ତାହିକ ହାଟ ସହ ସମ୍ପର୍କର ସେତୁ ବୋଲି କୁହାଯାଏ। ଅନୁସୂଚିତ ଜନଜାତି ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ସେମାନଙ୍କ ପାରମ୍ପରିକ ଭୋଜି ଭାତ, ବିବାହ, ଶୋକ ବାର୍ତ୍ତା ମଧ୍ୟ ଏହି ହାଟ ରେ ଭେଟ ହୋଇ ନିଜ ବାର୍ତ୍ତା ବା ନିମନ୍ତ୍ରଣ କରୁଥିବା ନଜିର ରହିଛି। ବ୍ଲକ ଅଞ୍ଚଳରେ ହେଉଥିବା ବିଭିନ୍ନ ସ୍ଥାନରେ ଏହି ସାପ୍ତାହିକ ହାଟ ପାଇଁ ଲୋକମାନେ ଦିନ ଗଣିଥାନ୍ତି ଓ ବିଶେଷ କାର୍ଯ୍ୟକୁ ସେମାନେ ଏହି ହାଟ ଦିନ ରେ କରିଥାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri