ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି

ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା ପାଣିର ବ୍ୟବସ୍ଥା ନାହିଁ। ଏହି ବଜାରରୁ ଭଲ ରାଜସ୍ବ ଆଦାୟ ହେଉଥିବାବେଳେ ଏପରି ଅବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଉକ୍ତ ସାପ୍ତାହିକ ହାଟ ବସିଥାଏ। ଗୋରୁ ହାଟ ସହ ପନିପରିବା ଓ ଅନ୍ୟାନ୍ୟ ସାମଗ୍ରୀ ଏଠାରେ ବିକ୍ରି ହୋଇଥାଏ। କେବଳ ଏହି ଅଞ୍ଚଳ ନୁହେଁ ପଠୋଶୀ ଜିଲା ସୁବର୍ଣ୍ଣପୁର, ବରଗଡ, କଳାହାଣ୍ଡି ଆଦି ଜିଲାର ଲୋକେ ଏହି ହାଟକୁ ବେପାର କରିବାକୁ ଆସିଥାନ୍ତି। କଭୋଡି କଟକଣା ଉଠିବା ପରେ ବଜାର ଏବେ ସ୍ବାଭାବିକ ହେଉଛି। ହେଲେ ବହୁ ପରୁଣା ଏହି ବଜାରରେ ବ୍ୟବସାୟୀ ବସିବାକୁ ଭଲ ପିଣ୍ଡି ନାହିଁ। ଯେଉଁ ପୁରୁଣା ପିଣ୍ଡି ଅଛି ସେଥିରେ ଛାଉଣୀ ନାହିଁ। କେତେକ ପଣ୍ଡି କାମ ଅଧାପନ୍ତରିଆ ଭାବେ ପଡିରହିଥିବା ସ୍ଥାନୀୟ ପଞ୍ଚାୟତ ପ୍ରତିନିଧି ଜୟନ୍ତ ନାୟକ କହିଛନ୍ତି। ବଜାରକୁ ଆସୁଥିବା ଲୋକଙ୍କୁ ପିଇବା ପାଣି ଯୋଗାଇବା ଲାଗି ଆରଏମସି ଟିକଟ କେନ୍ଦ୍ରକୁ ଲାଗି ନଳକୂପ ଖନନ କରାଯାଇଛି। ବିଡମ୍ବନାର ବିଷୟ ଏହିକି ଯେ, ବର୍ଷେହେଲା ସେଥିରେ ଯନ୍ତ୍ରାଂଶ ଖଞ୍ଜା ଯାଇପାରିନାହିଁ। ଫଳରେ ବଜାରକୁ ଆସୁଥିବା ଲୋକେ ପାଣି ପାଇଁ ହଟହଟା ହେଉଛନ୍ତି। ବଜାର ଦୟିତ୍ୱରେ ଥିବା ଆରଏମସି କର୍ମଚାରୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଉଚ୍ଚ ପଦସ୍ଥ ଅଧିକାରୀ ଯାହା କହି ପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri