ଗଜପତିରେ ସପ୍ତାହାନ୍ତ ସଟ୍‌ଡାଉନ୍‌: ଆଜି ପାରଳାଖେମୁଣ୍ଡିରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ପାରଳାଖେମୁଣ୍ଡି,୧।୫-ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିରେ ସପ୍ତାହନ୍ତ ସଟ୍‌ଡାଉନ୍‌ ହୋଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନଥିବା ବେଳେ ବିନା କୌଣସି କାରଣ ନ ଥାଇ ଯାତ୍ରା, ସହରରେ ଭ୍ରମଣ ଆଦିକୁ ସମ୍ପୂର୍ଣ୍ଣ ବନ୍ଦ କରାଇଛି।

ଜିଲାରେ କରୋନା ଆରମ୍ଭରୁ ତଥା ପ୍ରଥମ ଲହର ଓ ଦ୍ୱିତୀୟ ଲହରର ମୋଟ କରୋନା ପଜିଟିଭ୍‌ ସଂଖ୍ୟା ୫୩୪୭ ରେ ପହଞ୍ଚିଛି। ସେଥୁରୁ ପାଖାପାଖି ୪୯୦୦ ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ପାଖାପାଖି ୪୪୭ ଜଣ ଆକ୍ଟିଭ କେସ୍‌(ଚିକିତ୍ସାଧନ ଓ ସଙ୍ଗରୋଧ)ରେ ରହିଛନ୍ତି। ଅପରପକ୍ଷେ ଶନିବାର ଜିଲାରେ ୧୫୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ପରଳାରେ ସର୍ବାଧିକ ୯୫ ଜଣ ଚିହ୍ନଟ ହୋଇଥିବା ବେଳେ ଗୋସାଣି ବ୍ଲକରେ ୧୪, ଗୁମ୍ମା ବ୍ଲକରେ ୭, କାଶୀନଗର ବ୍ଲକରେ ୧୭, ମୋହନା ବ୍ଲକରେ ୫, ନୂଆଗଡ ବ୍ଲକରେ ୪, ରାୟଗଡ ବ୍ଲକରେ ଜଣେ ଉଦୟଗିରି ବ୍ଲକରେ ୧୧ ଏବଂ ଆନ୍ଧ୍ରପ୍ରଦେଶରୁ୨ ଜଣ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଗଜପତି ଜିଲ୍ଲା ପ୍ରଶାସନ ତପ୍ତର ହେବା ସହ ପୋଲିସ ସଟ୍‌ଡାଉନକୁ କଡାକଡି କରିବା ପାଇଁ ପାରଳାଖେମୁଣ୍ଡି ଓ କାଶୀନଗର ସହରରେ ସମସ୍ତ ସୀମା ସିଲ୍‌ କରିଛି । ଗଜପତି ଏସ୍‌ପି ତପନ କୁମାର ପଟ୍ଟନାୟକ ନିଜେ ଉପସ୍ଥିତ ରହି ଆନ୍ଧ୍ର ଓଡ଼ିଶା ନାକା ପଏଣ୍ଟଗୁଡିକ ସମେତ ପାରଳାକେମୁଣ୍ଡି ଓ କାଶୀନଗର ସହରରେ ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ସମୀକ୍ଷା କର ଜନସଚେତନତା ସୃଷ୍ଟି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri