Posted inଖେଳ

ଇତିହାସ ରଚିଲେ ମିରାବାଇ: ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ଟୋକିଓ,୨୪।୭: ଟୋକିଓ ଅଲିମ୍ପିକ୍ସର ଦ୍ୱିତୀୟ ଦିନରେ ଷ୍ଟାର ଭାରୋତ୍ତୋଳକ ମିରାବାଇ ଚାନୁ ପଦକ ଜିତିବାରେ ସଫଳ ହୋଇଛନ୍ତି। ସେ ଶନିବାର ଚମତ୍କାର ପ୍ରଦର୍ଶନ କରି ରୌପ୍ୟ ପଦକ ଜିତି ଭାରତକୁ ପ୍ରଥମ ପଦକ ଦେଇଛନ୍ତି। ୪୯ କିଗ୍ରା ବର୍ଗରେ ସେ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ତେବେ ମିରାବାଇ ମୋଟ ୨୦୨ କିଗ୍ରା ଓଜନ ଉଠାଇଥିଲେ।

ଏହି ଇଭେଣ୍ଟରେ ଚାଇନାର ଜିହୋଇ ହୋ ମୋଟ ୨୧୦ କିଗ୍ରା ଭାର ଉଠାଇ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହିଭଳି ମିରାବାଇ ରୌପ୍ୟ ପଦକ ଜିତି ଇତିହାସ ସୃଷ୍ଟି କରିଥିଳେ। ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିଥିବା ସେ ପ୍ରଥମ ଭାରୋତ୍ତୋଳକ ହୋଇଛନ୍ତି। ୨୦୦୦ ମସିହା ସିଡନୀ ଅଲିମ୍ପିକ୍ସରେ କର୍ଣ୍ଣମ ଆଲଲେଶ୍ୱରୀ ବ୍ରୋଞ୍ଚ ପଦକ ଜିତିଥିଲେ।

ମିରାବାଇ ରୌପ୍ୟ ପଦକ ଜିତିବାପରେ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଟୁଇଟରରେ ମିରାବାଇଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ସେ ଲେଖିଛନ୍ତି, ଟୋକିଓ ଅଲିମ୍ପିକ୍ସରେ ଏହାଠାରୁ ଭଲ ଆରମ୍ଭ ଆଉ କ’ଣ ବା ହୋଇପାରିଥାନ୍ତି। ଦେଶ ଉତ୍ସାହିତ ଅଛି। ମିରାବାଇଙ୍କ ଦ୍ୱାରା ଭଲ ପ୍ରଦର୍ଶନ। ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିଥିବାରୁ ତାଙ୍କୁ ଅଭିନନ୍ଦନ। ଏହି ସଫଳତା ପ୍ରତ୍ୟେକ ଭାରତଙ୍କୁ ପ୍ରେରଣା ଦେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri