ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ଠକେଇ, ଅଭିଯୋଗ ପରେ ମାପ ଓ ଓଜନ ବିଭାଗ ଚଢ଼ାଉ କରି…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକରେ ଥିବା ସାଇକୃପା ପେଟ୍ରୋଲ ପମ୍ପରେ ବୁଧବାର ଦିନ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ତଦନ୍ତ କରାଯାଇଛି। ବିଭାଗର ଯୁଗ୍ମ ନିୟନ୍ତ୍ରକ ସୁରସେନ ଜାନି, ନୀରିକ୍ଷିକା ଦୀପାରାଣୀ ସ୍ବାଇଁ, ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର, ଏସଆଇ ରାଜ କିଶୋର ପାତ୍ର ସଦଳବଳେ ପହଞ୍ଚି ପ୍ରଥମେ ପେଟ୍ରୋଲ ପମ୍ପର ସିଲ୍‌ ଗୁଡିକର ସଠିକତା ଯାଞ୍ଚ କରିବା ପରେ କିଛି ଗ୍ରାହକଙ୍କ ଉପସ୍ଥିତିରେ ଏକ ସ୍ବଚ୍ଛ ଜାରକୁ ୫ ଲିଟର ପେଟ୍ରୋଲ ବାହାର କରି ମେସିନ ପ୍ରଦର୍ଶିତ ପରିମାଣ ସହ ଜାରର ପରିମାଣ ମଧ୍ୟରେ ସାମଞ୍ଜସ୍ୟ ନେଇ ତନଖି କରାଯାଇଥିଲା। ତେବେ ସେହି ସମୟରେ ଉଭୟ ମେସିନ ଓ ଜାରର ମାପ ପ୍ରାୟତଃ ଠିକ ଥିବା ଜଣାପଡିଥିଲା। ପରେ ଖେମୁଣ୍ଡି ଓକିଲ ସଂଘର ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସମେତ ପ୍ରାକ୍ତନ ସଭାପତି ରସାନନ୍ଦ ରାଉତ, ପରେଶ ଚନ୍ଦ୍ର ରଥ ଏବଂ ହରପ୍ରସାଦ ରଥ ସେଠାରେ ପହଞ୍ଚି ଯୁଗ୍ମ ନିୟନ୍ତ୍ରକଙ୍କ ସହ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ତେବେ କେତେକ କାରଣ ଯୋଗୁ ବେଳେବେଳେ ଗ୍ରାହକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ପ୍ରଦାନ ସମୟରେ ଅତି ନଗଣ୍ୟ ପରିମାଣରେ ତାରତମ୍ୟ ଦେଖାଯିବା ସ୍ବାଭାବିକ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଥିଲା। ତଥାପି ଗ୍ରାହକଙ୍କ ସମୂହ ସ୍ବାର୍ଥକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ଗୁଡିକୁ ନିୟମିତ ବ୍ୟବଧାନରେ ଯାଞ୍ଚ କରାଯିବାକୁ ଓକିଲ ସଂଘ ପକ୍ଷରୁ ପରାମର୍ଶ ଦିଆଯାଇଛି।
ସାଇକୃପା ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ପେଟ୍ରୋଲ ପ୍ରଦାନ ସମୟରେ ପରିମାଣରେ ଠକେଇ କରାଯାଉଥିବା ନେଇ ଗତ ଶୁକ୍ରବାର ଅଭିଯୋଗ ହୋଇଥିଲା। ଜଣେ ଗ୍ରାହକ ସନ୍ଦେହରେ ୩ ଲିଟର ପେଟ୍ରୋଲ ଏକ ଜାରରେ କିଣି ମାପ କରିବା ସମୟରେ ଅଧା ଲିଟର କମ ଥିବା ଦେଖାଯାଇଥିଲା। ଫଳରେ ଗ୍ରାହକ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କିଛି ସମୟ ପାଇଁ ଉତ୍ତେଜନା ମଧ୍ୟ ପ୍ରକାଶ ପାଇଥିଲା। ଶନିବାର ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ନିକଟରେ ଏହି ଖବର ପହଞ୍ଚିବା ପରେ ସଂଘ ପକ୍ଷରୁ ଏଭଳି ଘଟଣାର ତୁରନ୍ତ ତଦନ୍ତ କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗଞ୍ଜାମ ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ବ୍ଲକ ଯୋଗାଣ ନିରୀକ୍ଷକଙ୍କ ସମେତ ଦିଗପହଣ୍ଡି ଥାନାରେ ମଧ୍ୟ ଲିଖିତ ଅଭିଯୋଗ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri