ପ୍ରେମ ପାଇଁ ୨ ପ୍ରେମିକ ହଟହଟା: ଜଣେ ବାହାହେଲେ, ଜଣେ ଜରିମାନା ଗଣିଲେ

ଭଦ୍ରକ ଅଫିସ, ୧୨।୫: ପ୍ରେମ ପାଇଁ ଦୁଇଜଣ ପ୍ରେମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଜଣଙ୍କୁ ବିବାହ କରିବାକୁ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କୁ ଜରିମାନା ଗଣିବାକୁ ପଡିଛି। ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କାଉପୁର ସିରାପୁର ଅଞ୍ଚଳରେ ମଙ୍ଗଳବାର ଏଭଳି ଘଟଣା ଦେଖିବାକୁ ମିଳିଛି।

ଘଟଣାରୁ ପ୍ରକାଶ, ଉକ୍ତ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ବଡ଼ଝିଅ କଲେଜ ପଢ଼ା ସମୟରେ ଭଣ୍ଡାରିପୋଖରୀ ଥାନା ଅଧୀନ ସରସଦା ଗ୍ରାମର ଗୋବିନ୍ଦ (ଛଦ୍ମନାମ)ଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ସେହିପରି ମଝିଆ ଝିଅଙ୍କର ମଧ୍ୟ ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରଟିନା ଗାଁର ରାମଚନ୍ଦ୍ର(ଛଦ୍ମନାମ)ଙ୍କ ସହ ରଙ୍ଗ୍‌ ନମ୍ବରରୁ ପ୍ରେମ ଆରମ୍ଭ ହୋଇଥିଲା। ମଙ୍ଗଳବାର ଦୁଇଭଉଣୀ ସେମାନଙ୍କ ମାମୁ ବିବାହ ଉତ୍ସବକୁ ଉଭୟ ପ୍ରେମିକଙ୍କୁ ଡାକିଥିଲେ। ବାହାଘର ସରିବା ପରେ ଦୁଇ ଭଉଣୀ ଓ ଯୁବକଦ୍ୱୟ ଏକ ଘରେ ଥିବା ବେଳେ ଖବରପାଇ ଗାଁ ଲୋକେ ଘେରିଯାଇଥିଲେ। ସେମାନଙ୍କ ମଧ୍ୟରୁ ଗୋବିନ୍ଦ ଅବିବାହିତ ଥିବାବେଳେ ରାମଚନ୍ଦ୍ର ବିବାହିତ ବୋଲି ଜଣାପଡ଼ିଥିଲା। ବହୁ ପାଟିତୁଣ୍ଡ ପରେ ବୁଧବାର ଗୋବିନ୍ଦ ବାହା ହେବାକୁ ରାଜିହେବାରୁ ତାଙ୍କ ପ୍ରେମିକା ସହ ବାହାଘର କରାଯାଇଥିଲା। ଅନ୍ୟପକ୍ଷେ ଗାଁ ଲୋକେ ରାମଚନ୍ଦ୍ରଙ୍କ ସ୍ତ୍ରୀଙ୍କୁ ଘଟଣାସ୍ଥଳକୁ ଡାକି ସବୁ କଥା ଜଣାଇଥିଲେ। ରାମଚନ୍ଦ୍ର ଗ୍ରାମବାସୀଙ୍କୁ ଭୁଲ୍‌ ମାଗିବା ସହ ପୋଲିସ ଉପସ୍ଥିତିରେ ୨୦ ହଜାର ଟଙ୍କା ଜରିମାନା ଦେଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri