Posted inଖେଳ

ଓଭିଏ କାର୍ଯ୍ୟକାରିଣୀରେ ୨ ନୂଆ ସଦସ୍ୟଙ୍କୁ ସ୍ବାଗତ

ଭୁବନେଶ୍ୱର, ୧୫।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଭଲିବଲ ଆସୋସିଏଶନ (ଓଭିଏ)ର କାର୍ଯ୍ୟକାରିଣୀ ବୈଠକ ରବିବାର କଟକ ବାରବାଟୀ ଷ୍ଟାଡିୟମସ୍ଥିତ ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ କାଉନ୍ସିଲ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଓଭିଏର କାର୍ଯ୍ୟକାରୀ ସଭାପତି କମଳାକାନ୍ତ ପାଣ୍ଡେ ଏଥିରେ ଅଧ୍ୟକ୍ଷତା କରିଥିଲେ। ଭଲିବଲ ଫେଡେରେଶନ ଅଫ୍‌ ଇଣ୍ଡିଆ (ଭିଏଫ୍‌ଆଇ) ସଭାପତି ତଥା ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସୁପାରିସ୍‌କ୍ରମେ ଯାଜପୁର ଜିଲାର ଗ୍ରାମାଞ୍ଚଳରେ ଗତ କିଛିବର୍ଷ ଧରି ଜାତୀୟସ୍ତରୀୟ ଭଲିବଲ ଟୁର୍ନାମେଣ୍ଟ ଆୟୋଜନ କରିଆସୁଥିବା ବିଜୟ କୁମାର ଧଳଙ୍କୁ ଉପସଭାପତି ପଦରେ ନିଯୁକ୍ତ କରାଯାଇଛି। ସେହିପରି କ୍ରୀଡ଼ାକ୍ଷେତ୍ରକୁ ବିଶେଷ କରି ଭଲିବଲକୁ ଅବଦାନ ପାଇଁ ଫୁଲବାଣୀର ଶିବ ପ୍ରସାଦ ତ୍ରିପାଠୀଙ୍କ ନାମ ମଧ୍ୟ ଅଚ୍ୟୁତ ସୁପାରିସ୍‌ କରିଥିଲେ। ଓଭିଏର କାର୍ଯ୍ୟକାରିଣୀରେ ଏହି ଦୁଇ ସୁପାରିସ୍‌କୁ ନିର୍ବିବାଦରେ ଗ୍ରହଣ କରାଯାଇଥିଲା। ନୂଆ ସଦସ୍ୟଙ୍କୁ ଓଭିଏ ଉପସଭାପତି ଜନାର୍ଦ୍ଦନ ଦାଶ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ। ସମ୍ପାଦକ ଗଗନେନ୍ଦୁ ଦାଶ ୨୦୨୨ରେ ଓଡ଼ିଶା ଭଲିବଲ ଆସୋସିଏଶନର କାର୍ଯ୍ୟକଳାପ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ବର୍ଷ ୧୩ ଓଡ଼ିଶା ଖେଳାଳି କିଟ୍‌ ପରିସରରେ ଅନୁଷ୍ଠିତ ଭାରତୀୟ ଦଳର ବିଭିନ୍ନ କୋଚିଂ କ୍ୟାମ୍ପ୍‌ରେ ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରିଥିଲେ ଏବଂ ୨ ଜଣ ପଦକ ବିଜେତା ହୋଇଥିଲେ। ଓଭିଏର ସିନିୟର ଉପସଭାପତି ସୟଦ ଅକ୍‌ମଲ ଅଲୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri