ବାପା ହେଲେ ଏହି କ୍ରିକେଟର୍‌

ଅକଲାଣ୍ଡ,୨୩।୫: ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମସନ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ତାଙ୍କ ପ୍ରେମିକା ସାରା ରହିମ୍‌ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୱିଲିୟମସନ ଇନଷ୍ଟାଗ୍ରାମରେ ପ୍ରେମିକା ଏବଂ ପୁଅର ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ ଏହି ଖୁସି ଖବର ଦେଇଛନ୍ତି। ପୂର୍ବରୁ ତାଙ୍କର ମାଗି ନାମରେ ଏକ ଝିଅ ଅଛି। ମାଗି ୨୦୧୯ରେ ଜନ୍ମଗ୍ରହଣ କରିଥିଲେ।
ଶିଶୁ ଜନ୍ମ ପାଇଁ ଆଇପିଏଲ ୨୦୨୨ର ଶେଷ ଲିଗ ମ୍ୟାଚ ପୂର୍ବରୁ ୱିଲିୟମସନ ତାଙ୍କ ଦଳ ହାଇଦ୍ରାବାଦ ଛାଡି ଘରକୁ ଫେରିଥିଲେ। ସେ ତାଙ୍କ ପରିବାର ସହିତ ସମୟ ବିତାଇବାକୁ ଚାହୁଁଥିଲେ। ୱିଲିୟମସନଙ୍କ ନେତୃତ୍ୱାଧୀନ ଦଳ ଲିଗରେ ବେଶି କିଛି କରିପାରି ନ ଥିଲା। ଏପରିକି ଶେଷ ଲିଗ ମ୍ୟାଚ ଦଳ ପଞ୍ଜାବ କିଙ୍ଗ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଥିଲା। ଏହି ପରାଜୟ ପରେ ହାଇଦ୍ରାବାଦ ଆଇପିଏଲ ୨୦୨୨କୁ ବିଦାୟ ଦେଇ ପଏଣ୍ଟ ଟେବୁଲରେ ୮ମ ସ୍ଥାନରେ ରହିଛି। ଏଥି ସହିତ ପଞ୍ଜାବ କିଙ୍ଗସ ଷଷ୍ଠ ସ୍ଥାନରେ ରହି ଲିଗ୍‌ରୁ ବିଦାୟ ନେଇଛି।
ଆଇପିଏଲର ୱିଲିୟମସନଙ୍କ ବ୍ୟାଟ ମଧ୍ୟ ଚାଲି ନ ଥିଲା। ସେ ୧୩ଟି ମ୍ୟାଚରେ ହାରାହାରି ୧୯.୬୪ରେ ମାତ୍ର ୨୧୬ ରନ ସଂଗ୍ରହ କରିଥିଲେ। ସେ ପୁରା ଲିଗରେ ମାତ୍ର ଗୋଟିଏ ଅର୍ଦ୍ଧଶତକ ହାସଲ କରିଥିଲେ। ୱିଲିୟମ୍ସନ କେବଳ ବ୍ୟାଟ ସହିତ ଫ୍ଲପ ହୋଇ ନ ଥିଲେ, ଅଧିନାୟକତ୍ୱ ଦୃଷ୍ଟିରୁ ମଧ୍ୟ ଫ୍ଲପ ହୋଇଥିଲେ। କ୍ରମାଗତ ଦୁଇଟି ମ୍ୟାଚ ହାରି ହାଇଦ୍ରାବାଦ ଟୁର୍ନାମେଣ୍ଟ ଆରମ୍ଭ କରିଥିଲା। ଅବଶ୍ୟ, ଏହା ପରେ ଦଳ ଏକ ଦୃଢ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ୫ଟି ମ୍ୟାଚ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri